ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
by Argus News
Sat, May 18 | 6:04 p.m.

ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ । ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନରେ ରହିବ ତାତିର ପ୍ରଭାବ । ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗରେ ଗତିକରିବାର ସମ୍ଭାବନା ଥିବାବେଳେ, କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ରେ ଅବପାତରେ ପରିଣତ ହେବ ।

ଏହା ପ୍ରଭାବରେ ୨୪ରେ ଦକ୍ଷିଣ ଓଡ଼ିଶା ଏବଂ ୨୫ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଖରା ଗରମ ଅନୁଭୂତ ହେବ । ଆସନ୍ତା ୨୧ ତାରିଖ ଯାଏଁ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ସ୍ବଭାବିକ ଠାରୁ ୨ ରୁ ୪ ଡିଗ୍ରୀ ତାପମାତ୍ରା ଅଧିକ ରହିବ । ଉପକୂଳ ଓଡ଼ିଶାରେ ଉଷ୍ମ ଆଦ୍ର ତାପମାତ୍ରା ପରିଲକ୍ଷିତ ହେବ । 

ଅଧିକ ପଢନ୍ତୁ ପାଣିପାଗ ଖବର

ଦିନ ସମୟରେ ଆଦ୍ରତା ଅଧିକ ରହୁଥିବା ହେତୁ ଗୁଳୁଗୁଳି ଅନୁଭୁତ ହେବ । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆଗାମୀ ଦୁଇ ରୁ ତିନି ଦିନ ଯାଏଁ କାଳବୈଶାଖୀର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିଛି । ଅସହ୍ୟ ତାତି ମଧ୍ୟରେ ରାଜ୍ୟ ବାସୀଙ୍କୁ ମିଳିପାରେ ଆଶ୍ବସ୍ତି । ପ୍ରାକ୍ ମୌସୁମୀ ବର୍ଷା ହିଟ୍ ଓ୍ଵେଭ୍ରେ ଲଗାଇପାରେ ବ୍ରେକ । ତେବେ ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ତାତି ସମାନ ରହିବା ଆଶଙ୍କା ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ