ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ଓ ଆସନ୍ତାକାଲି ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ ଦେଶର ମୁଖ୍ୟ ସଚିବମାନଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ। ଉଭୟ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସୁସମ୍ପର୍କ ସ୍ଥାପନ ଏହି ସମ୍ମିଳନୀର ମୁଖ୍ୟ ଉଦ୍ଦେଶ୍ୟ। ସଂଘୀୟ ବ୍ୟବସ୍ଥାକୁ ମଜଭୂତ କରିବା ଲାଗି ଏହା ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି।
ଗତ ତିନି ବର୍ଷ ଧରି ଏହି ବାର୍ଷିକ ସମ୍ମିଳନୀ ଆୟୋଜିତ ହୋଇଆସୁଛି । କେନ୍ଦ୍ରୀୟ ମନ୍ତ୍ରଣାଳୟ/ବିଭାଗ, ନିତି ଆୟୋଗ, ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳ ଓ ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ଏହି ଚତୁର୍ଥ ଜାତୀୟ ସମ୍ମିଳନୀ ଉଦ୍ୟୋଗିତା ବିକାଶ, ଦକ୍ଷତା ବୃଦ୍ଧି ଓ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପ୍ରସଙ୍ଗରେ ବିଶେଷ ଧ୍ୟାନ ଦେବ । ଏହି କାର୍ଯ୍ୟକ୍ରମ ଅଧୀନରେ 6ଟି ବିଷୟ ଉପରେ ବିଶେଷ ଆଲୋଚନା କରାଯିବ।
ଅଧିକ ପଢ଼ନ୍ତୁ ଭାରତ ଖବର