ଆଗାମୀ ୨ରୁ ୩ ଡିଗ୍ରୀ ବଢିବ ରାତି ତାପମାତ୍ରା
by Argus News
Sun, Feb 18 | 5:22 p.m.

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ । ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ କୋହଲା ପାଗ । ଆଗାମୀ ୨ ଦିନ ଯାଏଁ ଘନ କୁହୁଡ଼ି ଆଶଙ୍କା। ଗୁରୁଚାପ ବଳୟର ସକ୍ରିୟତା ବୃଦ୍ଧି ସହ ପ୍ରଭାବରେ ରାଜ୍ୟ ମଧ୍ୟକୁ ବଙ୍ଗୋପସାଗର ଅଞ୍ଚଳରୁ କ୍ରମାଗତ ଭାବେ ଜଳୀୟବାଷ୍ପ ପୂର୍ଣ୍ଣ ଉଷ୍ମ ବାୟୁ ପ୍ରବେଶ କରୁଥିବାରୁ ଆଗାମୀ ୨ଦିନରେ ରାତ୍ରି ତାପମାତ୍ରାରେ  ଆହୁରି ୨ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ହେତୁ ଆଗାମୀ ୬- ୭ ଦିନ ଯାଏଁ ଶୀତର କୌଣସି ସମ୍ଭାବନା ନାହିଁ। ଏଥିସହ ଆଗାମୀ ୨ଦିନ ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଜିଲ୍ଲାଗୁଡିକରେ ମଧ୍ୟ ରାତ୍ରିରୁ ସକାଳ ମଧ୍ୟରେ ଘନକୁହୁଡି ସମ୍ଭାବନା ଥିବାରୁ କିଛି ଜିଲ୍ଲାକୁ ଚେତାବନୀ ଜାରି କରାଯାଇଛି।

ଘନକୁହୁଡି ସମୟରେ ଦୃଶ୍ୟମାନ ଦୂରତା ୨୦୦ମିଟର ରୁ ୫୦ମିଟର ମଧ୍ୟରେ ସୀମିତ ରହୁଥିବାରୁ ଜାତୀୟରାଜପଥ ରେ ଯାତାୟାତ କରୁଥିବା ଯାନବାହାନ ଗୁଡିକରେ ପରିବହନରେ ବାଧା ଉପୁଜିବାର ସମ୍ଭାବନା ଥିବାରୁ ଏଥିପ୍ରତି ଧ୍ୟାନ ଦେବା ପାଇଁ ସୂଚନା ଜାରି  କରାଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି