ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି
by Argus News
Thu, Apr 18 | 7:10 a.m.

ଅର୍ଗସ ବ୍ୟୁରୋ:  ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇବ ବିଜ୍ଞପ୍ତି । ଏହା ସହ ଆରମ୍ଭ ହେବ ନାମଙ୍କନ ଦାଖଲ ପ୍ରକ୍ରିୟା  । ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀ ମାନେ ନାମାଙ୍କନ ଦାଖଲ କରିପାରିବେ । ୨୬ ତାରିଖରେ ନାମାଙ୍କନ ଯାଞ୍ଚ ହେବ । ୨୯ ତାରିଖ ସୁଦ୍ଧା କରିପାରିବେ ପ୍ରାର୍ଥିପତ୍ର ପ୍ରତ୍ୟାହାର । ନାମାଙ୍କନ ବେଳେ ପ୍ରାର୍ଥିମାନଙ୍କୁ ବଡ଼ ରାଲି ନଆସିବା ପାଇଁ ଅନୁରୋଧ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ମେ ୧୩ରେ ହେବ ଭୋଟ ଗ୍ରହଣ । ଏହା ପର୍ଯ୍ୟାୟରେ ୪ଟି ଲୋକସଭା କଳାହାଣ୍ଡି. ବ୍ରହ୍ଣପୁର, କୋରାପୁଟ ଓ ନବରଙ୍ଗପୁର ଏବଂ ୨୮ଟି ବିଧାନସଭା ଆସନରେ ମତଦାନ ହେବ । ଯଦି ଲୋକସଭା ପ୍ରାର୍ଥୀ କଥା ଦେଖିବା ତେବେ କଳାହାଣ୍ଡିରେ ବିଜେପିରୁ ମାଲବିକା କେଶରୀ ଦେଓ,  ବିଜେଡିରୁ ଲମ୍ବୋଦର ନିଆଲ ଓ କଂଗ୍ରେସରୁ ଦ୍ରୌପଦୀ ମାଝୀଙ୍କୁ ଟିକେଟ୍ ମିଳିଛି ।

ସେହିପରୀ ନବରଙ୍ଗପୁର ବିଜେଡିରୁ ପ୍ରଦିପ ମାଝି, ବିଜେପିରୁ ବଳଭଦ୍ର ମାଝି ଓ କଂଗ୍ରେସରୁ ଭୁଜବଳ ମାଝି ପ୍ରାର୍ଥୀ ରହିଛନ୍ତି । ସେପଟେ ବ୍ରହ୍ମପୁରରେ ବିଜେପିରୁ ପ୍ରଦୀପ ପାଣିଗ୍ରାହୀ, ବିଜେଡିରୁ ଭୃଗୁ ବକ୍ସିପାତ୍ର ଓ କଂଗ୍ରେସରୁ ରଶ୍ମିରଞ୍ଜନ ପଟ୍ଟନାୟକଙ୍କୁ ମିଳିଛି ଟିକେଟ୍ । ଏହା ସହ କୋରାପୁଟରେ ବିଜେପିରୁ କାଳୀରାମ ମାଝୀ, କଂଗ୍ରେସରୁ ସପ୍ତଗିରି ଉଲାକା ଓ ବିଜେଡିରୁ କୌଶଲ୍ୟା ହିକକାଙ୍କୁ ଦଳ ପ୍ରାର୍ଥୀ ହୋଇଛନ୍ତି । ଏହା ସହ ପ୍ରାୟ ୭ରୁ ୮ ବିଧାନସଭା ଆସନ ବେସ ଚର୍ଚ୍ଚାରେ ରହିଛି । ଏଠାରେ ଘମାଘୋଟ ଲଢେଇ ହେବ ବୋଲି ରାଜନୈତିକ ବିଶେଷଜ୍ଞ ମାନେ କହିଛନ୍ତି । ନର୍ଲା, ନୂଆପଡ଼ା, ପାରଳାଖିମୁଣ୍ଡି, ଧର୍ମଗଡ, ଭବାନୀପାଟଣା, କୋରାପୁଟ, ଜୟପୁର ଭଳି ଆସନରେ ବିଭିନ୍ନ ଦଳ ହେବିୱେଟ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

ମୃତ୍ୟୁ
ଗାଁ ନାଳରେ ବୁଡି ୨ଭଉଣୀଙ୍କ ମୃତ୍ୟୁ
ଯାଜପୁର: ଗାଁ ନାଳରେ ବୁଡି ସମ୍ପର୍କୀୟ ୨ଭଉଣୀଙ୍କ ମୃତ୍ୟୁ । ଯାଜପୁର ଜିଲ୍ଲା ବିଂଝାରପୁର ବ୍ଲକ ଅଳକୁଣ୍ଡ ଥାନା ଅନ୍ତର୍ଗତ ରାହାସ ଗୁହାଳି ଗାଁ ହନୁମନ୍ତିଆ ଗଣ୍ଡରେ ଘଟିଛି ଏଭଳି ଅଘଟଣ
ଚୁଆପାଣି
ଲୋକଙ୍କ ଶୋଷ ମେଣ୍ଟାଉଛି ଚୁଆପାଣି
ସମ୍ବଲପୁର: ୨୫ ବର୍ଷର ଅପାରଗତାର ନମୁନା । ରେଢ଼ାଖୋଲ ଗୋପାଳପୁର ଗାଁରେ ପଡ଼ିନି ବିକାଶର ପାଦଚିହ୍ନ । ପକ୍କା ଘର ଦିବା ସ୍ବପ୍ନ, ନାହିଁ ସବୁଦିନିଆ ରାସ୍ତା । ଚୁଆ ପାଣିରେ ମେଣ୍ଟୁଛ
ଟେନସନ
ବିଜେପି ତୁଙ୍ଗ ନେତାଙ୍କ ଘନ ଘନ ଆକ୍ରମଣ ବଢ଼ାଇଛି ବିଜେଡିର ଟେନସନ
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଓଡ଼ିଶା ଆସିବେ ଆହୁରି ଅନେକ କେନ୍ଦ୍ରୀୟ ନେତା । 23ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ବିଜେପି ରାଷ୍ଟ୍ରୀ