ଗତ 4 ବର୍ଷ ହେଲା ଲଗାତାର ଦ୍ରୁତ ଗତିରେ କମୁଛି ମହିଳାଙ୍କ ସଂଖ୍ୟା
by Argus News
Sat, Dec 09 | 5:12 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ କ୍ରମାଗତ ଭାବେ କମିଚାଲିଛି ମହିଳାଙ୍କ ସଂଖ୍ୟା। ପୁରୁଷଙ୍କ ତୁଳନାରେ କମୁଛି ମହିଳାଙ୍କ ଅନୁପାତ । ଏବେ ଓଡ଼ିଶାରେ ପ୍ରତି ଏକ ହଜାର ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ମାତ୍ର ୯୨୫ । ସବୁଠୁ ବଡ଼ କଥା ହେଲା ଗତ ୪ ବର୍ଷ ହେଲା ଲଗାତାର ଏହି ସଂଖ୍ୟା କମିଚାଲିଛି। ଲିଙ୍ଗ ଅନୁପାତ ଦେଖିଲେ ପୁରୁଷଙ୍କ ତୁଳନାରେ ହରିୟାଣାରେ ମହିଳାଙ୍କ ସଂଖ୍ୟା ସବୁଠାରୁ କମ୍। କିନ୍ତୁ ସେ ରାଜ୍ୟରେ ଏବେ ମହିଳାଙ୍କ ସଂଖ୍ୟା ବଢୁଛି । ଅତ୍ୟନ୍ତ ଉଦବେଗଜନକ ଏବଂ ସମ୍ବେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। କହିଛି ବିଜେଡି ଶାସନରେ ଓଡ଼ିଶାରେ ମହିଳା ସୁରକ୍ଷିତ ନୁହନ୍ତି। 

ରାଜ୍ୟରେ ମହିଳା ହିଂସା ଏବଂ ମହିଳା ବିରୋଧୀ ଅପରାଧ ଆଶାତୀତ ଭାବେ ବଢିଛି । ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ଓଡିଶାରେ ୨୦୨୧ରେ ୧ଲକ୍ଷ ୫୫ହଜାର ୪୨୦ ଅପରାଧିକ ମାମଲା ରୁଜୁ ହୋଇଥିଲାବେଳେ ୨୦୨୨ରେ ଏହା ବଢ଼ି ୧ଲକ୍ଷ ୭୮ହଜାର ୧୯୦ରେ ପହଁଚିଛି । ଜନସଂଖ୍ୟା ଦୃଷ୍ଟିରୁ ମହିଳା ବିରୋଧୀ ହିଂସାରେ ଓଡିଶା ଦେଶର ୧ନଂ ରାଜ୍ୟ । ରାଜ୍ୟରେ ଘରୋଇ ମହିଳାଙ୍କ ଆତ୍ମହତ୍ୟା ହାର ୬୧୩% ବଢ଼ିଛି। ଏହି ସଂଖ୍ୟା ୨୦୨୨ରେ ୩୧୭ ଥିବାବେଳେ ୨୦୨୩ରେ ୨୬୯୧ ଛୁଇଁଛି । ଓଡ଼ିଶାରେ ମହିଳାଙ୍କ ପ୍ରତି ଅପରାଧରେ ଦଣ୍ଡବିଧାନ ହାର ମାତ୍ର ୮% । ମହିଳାଙ୍କୁ ଦୁଷ୍କର୍ମ, ହତ୍ୟା, ଅପହରଣରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ସାଂସଦ ଓ ବିଧାୟକ ଲିପ୍ତ ଥିଲେ ବି ଏଯାଏଁ ସେମାନେ ଦଣ୍ଡିତ ହୋଇନାହାନ୍ତି । ସବୁଠାରୁ ଚିନ୍ତାଜନକ କଥା ହେଲା କନ୍ୟା ଭ୍ରୁଣ ହତ୍ୟାକୁ ରୋକିବାରେ ବିଫଳ ହୋଇଛନ୍ତି ରାଜ୍ୟ ସରକାର। ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଇ କନ୍ୟା ଭ୍ରୁଣ ହତ୍ୟା କରାଯାଉଛି। 

ରାଜ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଓ ସଚେତନତା ଅଭାବରୁ ରାଜ୍ୟରେ ମହିଳାଙ୍କ ସଂଖ୍ୟା ହ୍ରାସ ପାଉଛି।  ରାଜ୍ୟରେ କେତେ ମହିଳା ଓ ଶିଶୁ ନିଖୋଜ ହୋଇଛନ୍ତି, ମହିଳା ଓ ଶିଶୁ ସୁରକ୍ଷା ପାଇଁ କେଉଁ ଯୋଜନା ମାଧ୍ୟମରେ କ’ଣ ସୁଫଳ ମିଳିଛି ତାହା ନବୀନ ବାବୁ ସ୍ପଷ୍ଟ କରନ୍ତୁ ବୋଲି ଦାବି କରିଛି ବିଜେପି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
41m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି