ଗତ 4 ବର୍ଷ ହେଲା ଲଗାତାର ଦ୍ରୁତ ଗତିରେ କମୁଛି ମହିଳାଙ୍କ ସଂଖ୍ୟା
by Argus News
Sat, Dec 09 | 8:37 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ କ୍ରମାଗତ ଭାବେ କମିଚାଲିଛି ମହିଳାଙ୍କ ସଂଖ୍ୟା। ପୁରୁଷଙ୍କ ତୁଳନାରେ କମୁଛି ମହିଳାଙ୍କ ଅନୁପାତ । ଏବେ ଓଡ଼ିଶାରେ ପ୍ରତି ଏକ ହଜାର ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ମାତ୍ର ୯୨୫ । ସବୁଠୁ ବଡ଼ କଥା ହେଲା ଗତ ୪ ବର୍ଷ ହେଲା ଲଗାତାର ଏହି ସଂଖ୍ୟା କମିଚାଲିଛି। ଲିଙ୍ଗ ଅନୁପାତ ଦେଖିଲେ ପୁରୁଷଙ୍କ ତୁଳନାରେ ହରିୟାଣାରେ ମହିଳାଙ୍କ ସଂଖ୍ୟା ସବୁଠାରୁ କମ୍। କିନ୍ତୁ ସେ ରାଜ୍ୟରେ ଏବେ ମହିଳାଙ୍କ ସଂଖ୍ୟା ବଢୁଛି । ଅତ୍ୟନ୍ତ ଉଦବେଗଜନକ ଏବଂ ସମ୍ବେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। କହିଛି ବିଜେଡି ଶାସନରେ ଓଡ଼ିଶାରେ ମହିଳା ସୁରକ୍ଷିତ ନୁହଁନ୍ତି ।

ରାଜ୍ୟରେ ମହିଳା ହିଂସା ଏବଂ ମହିଳା ବିରୋଧୀ ଅପରାଧ ଆଶାତୀତ ଭାବେ ବଢିଛି । ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ଓଡିଶାରେ ୨୦୨୧ରେ ୧ଲକ୍ଷ ୫୫ହଜାର ୪୨୦ ଅପରାଧିକ ମାମଲା ରୁଜୁ ହୋଇଥିଲାବେଳେ ୨୦୨୨ରେ ଏହା ବଢ଼ି ୧ଲକ୍ଷ ୭୮ହଜାର ୧୯୦ରେ ପହଁଚିଛି । ଜନସଂଖ୍ୟା ଦୃଷ୍ଟିରୁ ମହିଳା ବିରୋଧୀ ହିଂସାରେ ଓଡିଶା ଦେଶର ୧ନଂ ରାଜ୍ୟ । ରାଜ୍ୟରେ ଘରୋଇ ମହିଳାଙ୍କ ଆତ୍ମହତ୍ୟା ହାର ୬୧୩% ବଢ଼ିଛି। ଏହି ସଂଖ୍ୟା ୨୦୨୨ରେ ୩୧୭ ଥିବାବେଳେ ୨୦୨୩ରେ ୨୬୯୧ ଛୁଇଁଛି । ଓଡ଼ିଶାରେ ମହିଳାଙ୍କ ପ୍ରତି ଅପରାଧରେ ଦଣ୍ଡବିଧାନ ହାର ମାତ୍ର ୮% । ମହିଳାଙ୍କୁ ଦୁଷ୍କର୍ମ, ହତ୍ୟା, ଅପହରଣରେ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ସାଂସଦ ଓ ବିଧାୟକ ଲିପ୍ତ ଥିଲେ ବି ଏଯାଏଁ ସେମାନେ ଦଣ୍ଡିତ ହୋଇନାହାନ୍ତି ।

ସବୁଠାରୁ ଚିନ୍ତାଜନକ କଥା ହେଲା କନ୍ୟା ଭ୍ରୁଣ ହତ୍ୟାକୁ ରୋକିବାରେ ବିଫଳ ହୋଇଛନ୍ତି ରାଜ୍ୟ ସରକାର। ବେଆଇନ ଭାବେ ଲିଙ୍ଗ ନିରୂପଣ କରାଯାଇ କନ୍ୟା ଭ୍ରୁଣ ହତ୍ୟା କରାଯାଉଛି। ରାଜ୍ୟ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନିଷ୍ପତି ଓ ସଚେତନତା ଅଭାବରୁ ରାଜ୍ୟରେ ମହିଳାଙ୍କ ସଂଖ୍ୟା ହ୍ରାସ ପାଉଛି।  ରାଜ୍ୟରେ କେତେ ମହିଳା ଓ ଶିଶୁ ନିଖୋଜ ହୋଇଛନ୍ତି, ମହିଳା ଓ ଶିଶୁ ସୁରକ୍ଷା ପାଇଁ କେଉଁ ଯୋଜନା ମାଧ୍ୟମରେ କ’ଣ ସୁଫଳ ମିଳିଛି ତାହା ନବୀନ ବାବୁ ସ୍ପଷ୍ଟ କରନ୍ତୁ ବୋଲି ଦାବି କରିଛି ବିଜେପି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ