ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ 
by Argus News
Sat, Sep 28 | 9:22 p.m.

 ଭୁବନେଶ୍ୱର:  ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସ ମାନଙ୍କର ଆନ୍ଦୋଳନ ନେଇ ସାରା ରାଜ୍ୟରେ ସ୍ବାସ୍ଥ୍ୟସେବା ପ୍ରଭାବିତ ହୋଇଥିବାବେଳେ ଆଜିଠାରୁ ନର୍ସିଂ ସଂଘ ଅହୋରାତ୍ର ଧାରଣା ଡାକରା ଦେଇଥିଲା। ତେବେ ସଂଧ୍ୟାରେ ସଂଘକୁ ଆଲୋଚନା ପାଇଁ ଡକାଇଥିଲେ ସ୍ବାସ୍ଥ୍ୟମନ୍ତ୍ରୀ।

ଆଲୋଚନା ପରେ ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି, ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣରେ ଆଲୋଚନା ହୋଇଛି । ଆନ୍ଦୋଳନରୁ ଓହରିବାକୁ ସଂଘକୁ ଅପିଲ୍  କରାଯାଇଛି। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ନର୍ସିଂ ସଂଘ ରାଜି ହୋଇଛି। ସେପଟେ ନର୍ସିଂ ସଂଘ ପକ୍ଷରୁ କୁହାଯାଇଛି ଯେ ସରକାରଙ୍କ ସହ ଆଲୋଚନା ଫଳପ୍ରଦ ହୋଇଛି। ନର୍ସିଂ ସଂଘର  ସାଧାରଣ ସମ୍ପାଦକ କହିଛନ୍ତି ଦାବି ପୂରଣ ନେଇ ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ସଂଘର ଅନ୍ୟ ସଦସ୍ୟଙ୍କ ସହ ଆଲୋଚନା କରିବୁ। ରାତି 11ଟା ସୁଦ୍ଧା ନିଷ୍ପତ୍ତି ଜଣାଇବୁ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ