ମତଦାନ ଦେବାକୁ ଆସି ଚାଲିଗଲା ବୃଦ୍ଧାଙ୍କ ଜୀବନ 
by Argus News
Sat, May 25 | 2:13 p.m.

 ନୟାଗଡ : ସାଧାରଣ ନିର୍ବାଚନ ପାଇଁ ଚାଲିଛି ଭୋଟ ମତଦାନ।  ଏଥିପାଇଁ ଭୋଟରଙ୍କ ମନରେ ଲାଗି ରହିଛି ନାହିଁ ନ ଥିବା ଉତ୍ସାହ । ଏଭଳି ସମୟରେ ଏକ ଅଭାବନୀୟ ଘଟଣା ଘଟିଛି ଭାପୁର ବ୍ଲକ ବାଘୁଆପଲି ପଞ୍ଚାୟତ ପଥରପୁଞ୍ଜି ଗ୍ରାମରେ ଜଣେ ବୟସ୍କା ମହିଳା କୁମୁଦିନୀ ଦଳେଇ (୬୫) ଭୋଟ ଦେବା ପାଇଁ 167 ନମ୍ବର ବୁଥରେ ମେସିନ ଖରାପ ରହିଥିବାରୁ  ଦୀର୍ଘ ସମୟ ଧରି ଲାଇନରେ ଠିଆ ହୋଇଥିଲେ।

ମେସିନ କାମ କରିବା ପରେ ମହିଳା ଜଣକ ଭୋଟ ଦେଇଥିଲେ ପରେ ହଠାତ୍ ଅସୁସ୍ଥ ହୋଇପଡ଼ିଥିଲେ।  ଦୀର୍ଘ ସମୟ ଧରି ଛିଡ଼ାହୋଇ  ଅତ୍ୟଧିକ ଖରା ଗରମ ଯୋଗୁଁ ହଠାତ ଅଚେତ ହୋଇ ତଳେ ପଡ଼ି ଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ  ଆମ୍ବୁଲାନ୍ସ ଯୋଗେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ଏହାକୁ ନେଇ ପରିବାରରେ ଶୋକାକୂଳ ପରିସ୍ଥିତି ସୃଷ୍ଟି ହୋଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ଆଜିଠାରୁ ଏକମାସ
51m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି