ଦୁର୍ଘଟଣା ଶିକାର ହେଲା ପୋଲିଂ ପାର୍ଟି ଗାଡି : ୨ଗୁରୁତର ୧୮ କର୍ମଚାରୀ ଆହତ
by Argus News
Sun, May 26 | 10:26 a.m.

ଅର୍ଗସ ବ୍ୟୁରୋ: ପୋଲିଂ ସାରି ଇଭିଏମ ଓ ଭିଭିପାଟ ଧରି ଫେରିବା ବେଳେ କର୍ମଚାରୀଙ୍କ ବସ ଦୁର୍ଘଟଣା। ସମ୍ବଲପୁର ଜମନକିରା ଥାନା ବଡ଼ରମା ବୁଲାଣିଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି ବସ୍  । ଏଥିରେ ୧୮ ଜଣ କର୍ମଚାରୀ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି  । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ତେବେ ଦୁଇ ଜଣ ଗୁରୁତରଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି  ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସରେ ଥିବା ଇଭିଏମ, ଭିଭିପାଟ ଓ ଅନ୍ୟ ସରଞ୍ଜାମକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ଜଣାପଡ଼ିଛି। କେଉଁ କାରଣରୁ ବସ ଦୁର୍ଘଟଣା ହେଲା ତାହା ସ୍ପଷ୍ଟ ହୋଇନାହିଁ। ପୋଲିସ ଘଟଣାର ତଦନ୍ତ କରୁଛି। ଶନିବାର କୁଚିଣ୍ଡା ନିର୍ବାଚନ ମଣ୍ଡଳୀରେ ଭୋଟିଂ ହୋଇଥିବା ବେଳେ ଅନେକ ବୁଥରେ ମତଦାନ ବିଳମ୍ବିତ ହୋଇଥିଲା। ରାତି ୯ଟାରେ କର୍ମଚାରୀମାନେ ପୋଲିଂ ସାରି ଫେରିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। 

ଅଧିକ ପଢ଼ନ୍ତୁ ନିର୍ବାଚନ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ