ବ୍ରହ୍ମପୁର ବିଶ୍ବବଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି
by Argus News
Fri, Mar 01 | 6:11 p.m.

ଅର୍ଗସ ବ୍ୟୁରୋ: ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଲେ ମହାମହିମ ରାଷ୍ଟ୍ରପତି । ଏହି ଅବସରରେ ଉଦବୋଧନ ଦେଇଛନ୍ତି ରାଷ୍ଟ୍ରପତି । ସେ କହିଛନ୍ତି ଶିକ୍ଷାର ବିକାଶ କ୍ଷେତ୍ରରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ସ୍ୱତନ୍ତ୍ର ସ୍ଥାନ ରହିଛି। ପ୍ରତିଷ୍ଠା ପର ଠାରୁ କେବଳ ଓଡ଼ିଶା ନୁହେଁ ସମଗ୍ର ଭାରତ ବର୍ଷରେ ଶିକ୍ଷା କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଵ୍ରହ୍ମପୁର ବିଶ୍ୱବିଦ୍ୟାଳୟ । 

ସମସ୍ତ ଡିଗ୍ରିଧାରୀ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇବା ସହ କହିଥିଲେ କର୍ତ୍ତବ୍ୟକୁ ପ୍ରତିପାଦନ କର ଉଜ୍ଜଳ ଭବିଷ୍ୟତ ଗଠନକର ଏହି ଭୂମି ସାହିତ୍ୟ କଳା ସଂସ୍କୃତିର ଗନ୍ତାଘର ପୁରାତନ ରାଷ୍ଟ୍ରପତି ଭି ଭି ଗିରି, ପ୍ରଥମ ପ୍ରଧାନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଗଜପତି, ବିଜୁ ପଟ୍ଟନାୟକ, ଚାକରା ବିଶୋୟୀ ପ୍ରମୁଖ ସମସ୍ତଙ୍କୁ ସ୍ମରଣ କରିଥିଲେ । ରାଷ୍ଟ୍ରପତି ମୁର୍ମୁ ବାୟୁ ସେନା ବିମାନ ଯୋଗେ ରଙ୍ଗେଇଲୁଣ୍ଡା ବିମାନ ବନ୍ଦରରେ ସକାଳ ପ୍ରାୟ ୧୦ଟା ୨୫ରେ ଅବତରଣ କରିବା ପରେ କଡା ସୁରକ୍ଷା ବଳୟ ଭିତରେ ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ଉଦବୋଧନ ଦେଇଥିଲେ। ଏହି ଅବସରରେ ୩୫ ଜଣକୁ ସ୍ଵର୍ଣ୍ଣ ପଦକ ପ୍ରଦାନ କରିଥିଲେ ମହାମହିମ ରାଷ୍ଟ୍ରପତି କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହ ମହାମହିମ ରାଜ୍ୟପାଳ ଏବଂ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ। ସୁରକ୍ଷା ବ୍ୟବସ୍ଥାରେ ୧୧ ପ୍ଲାଟୁନ ପୋଲିସ ଫୋର୍ସ ସହ ପାରା ମିଲିଟାରୀ ଷ୍ଟାଫ ନିୟୋଜିତ ଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ