ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବା ପାଇଁ ଓଡ଼ିଶା ଆସିଥିଲେ ରାଷ୍ଟ୍ରପତି 
by Argus News
Mon, Nov 27 | 5:22 p.m.

ଭୁବନେଶ୍ୱର: ଭୁବନେଶ୍ୱର ଛାଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଭୁବନେଶ୍ୱରରୁ ଦିଲ୍ଲୀ ବାହାରିଲେ  ମହାମହିମ । ବାୟୁ ସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଅଭିମୁଖେ ଫେରୁଛନ୍ତି। ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବା ପାଇଁ ରାଷ୍ଟ୍ରପତି ଗତକାଲି ଓଡିଶା ଆସିଥିଲେ। ଆଜି ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହୋଇଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। 

ତେବେ ଗତକାଲି ରାଜଭବନରେ ପିଲା ଦିନର ସାଙ୍ଗ  ଗୌରୀଙ୍କୁ ସାକ୍ଷାତ କରିଥିଲେ ରାଷ୍ଟ୍ରପତି।  ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଦୁର୍ଗାପୁର ଗ୍ରାମର ଗୌରୀ ମଲିକ । କୁଷ୍ଣ ସୁଦାମ ପରି ଦୁଇ ସାଙ୍ଗ ପାଠପଢା ସହ ନାଚଗୀତର ଅତୁଟ ସମ୍ପର୍କରେ ଅର୍ଗସ ନ୍ୟୁଜରେ ଆମେ ପୂ୍ର୍ବରୁ ଖବର ପ୍ରକାଶ କରିଥିଲୁ । ଆଉ ଶେଷରେ ଗତକାଲି ରବିବାର ଓଡ଼ିଶା ରାଜଭବନ ପରିସରରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ ପିଲା ଦିନର ସାଙ୍ଗ ଗୌରୀ ମଲ୍ଲିକ । ପୁନର୍ବାର ମହାମହିମ ରାଷ୍ଟ୍ରପତି ତାଙ୍କୁ ଭେଟିବାକୁ ପ୍ରତିଶ୍ରୁତି ଦେଇଥିବା ଗୌରୀ କହିଛନ୍ତି । ସେହିପରି ଫେରିବାବେଳେ ଗୌରୀଙ୍କୁ ଜଗନ୍ନାଥ, ବଳଭଦ୍ର ଓ ମାଆ ସୁଭଦ୍ରାଙ୍କ ବନ୍ଧେଇ ହୋଇଥିବା ବଡ଼ ପଟ୍ଟଚିତ୍ର ସହ ଦାମୀ ଶାଢ଼ୀ ଉପହାର ଦେଇଥିବା ଗୌରୀ କହିଛନ୍ତି । ସେହିପରି ଏହି ଭେଟଘାଟ ପାଇଁ ଗଣମାଧ୍ୟମ ଓ ସ୍ଥାନୀୟ ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି ଗୌରୀ । 
ଅଧିକ ପଢନ୍ତୁ  ଓଡ଼ିଶା ଖବର 

ଆଜିଠାରୁ ଏକମାସ
25m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
47m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
48m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି