ପୁଣି ଶ୍ରୀମନ୍ଦିର ପ୍ରଶାସକ ଅତିରିକ୍ତ ଦାୟିତ୍ୱ ଦେବାକୁ ନେଇ ଉଠିଛି ପ୍ରଶ୍ନ
by Argus News
Tue, Apr 09 | 10:28 a.m.

ଅର୍ଗସ ବ୍ୟୁରୋ:  ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କଲେ ରାଜ୍ୟ ସରକାର। ଏନେଇ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଥିଲେ ମଧ୍ୟ ପୁଣି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକର ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ବରିଷ୍ଠ ଆଇଏଏସ ବୀର ବିକ୍ରମ ଯାଦବ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକର ଅତିରିକ୍ତ ଦାୟିତ୍ବ ତୁଲାଇବେ। ଖାଦ୍ୟ ଯୋଗାଣ ଓ ପୂର୍ତ୍ତ ସଚିବ ଥିବା ବିର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ଦାୟିତ୍ଵ ଦିଆଯାଇଛି । ଶ୍ରୀମନ୍ଦିରରେ ଜଣେ ପୂର୍ଣ୍ଣ କାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ନେଇ ସୁପ୍ରିମକୋର୍ଟଙ୍କ ବାରମ୍ବାର ନିର୍ଦ୍ଦେଶ ପରେ ଗତବର୍ଷ ନିଯୁକ୍ତି ନେଇ ସତ୍ୟପାଠ ଦେଇଥିଲେ ରାଜ୍ୟ ସରକାର ।

ରଞ୍ଜନ ଦାଶଙ୍କୁ ମୁଖ୍ୟ ପ୍ରଶାସକ କରି ଚାରିଆଡୁ ବିରୋଧ ରୁ ନଜର ହଟାଇଥିଲେ ସରକାର । ତେବେ ପୁଣି ଥରେ ଜଣେ ପ୍ରଶାସକଙ୍କୁ ଅତିରିକ୍ତ ଦାୟିତ୍ୱ ଦେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତ ବୁଦ୍ଧିଜୀବୀ ଓ ପୁରୀ ବାସିନ୍ଦା ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ