ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ
by Argus News
Thu, Jul 04 | 7:54 p.m.

ଅର୍ଗସ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଦ୍ବୈତ ନଗରୀରେ ବନ୍ୟା ମୁକାବିଲା ଉପରେ ଗୁରୁତ୍ବ ଦିଆଯାଇଥିଲା । ଭବନେଶ୍ବର ମହାନଗର ନିଗମ ଅଞ୍ଚଳରେ ବନ୍ୟା ପରିଚାଳନା ପାଇଁ ଖର୍ଚ୍ଚ ହେବ ୨୦୦ କୋଟି । ଓଡ୍ରାଫର ୨୦ଟି ୟୁନିଟକୁ ବୃଦ୍ଧି କରାଯାଇ ୩୦ଟି ୟୁନିଟ୍ କରାଯିବ । 

ଅଧିକ ପଢନ୍ତୁ : ଆଜିଠୁ ବିଧିବଦ୍ଧ କାମ ଆରମ୍ଭ କଲେ ପିପୁଲ୍ସ ସିଏମ୍

ଏହାକୁ ଏକ ଉତ୍ସର୍ଗୀକୃତ ସଂସ୍ଥା ରୂପେ ବିକଶିତ କରାଯିବ । କଟକ-ଭୁବନେଶ୍ବର ସହିତ ଅନ୍ୟ ସହରାଞ୍ଚଳ ବନ୍ୟା ପରିଚାଳନା ପାଇଁ ଆଇ.ଆଇ.ଟି ଦିଲ୍ଲୀର ବୈଷୟିକ ସହାୟତାରେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯିବ । ୩୯୪ କୋଟି ଟଙ୍କାରେ  ଅଗ୍ନିଶମ ବିଭାଗର ଦକ୍ଷତା ବୃଦ୍ଧି କରାଯାଉଛି । ଏହା ସହ ଆଉ ୨୦୦ କୋଟି ଟଙ୍କାର ବ୍ୟବସ୍ଥା ମଧ୍ୟ କରାଯିବ । ୫ ଟି Regional Fire Service Hub ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ପ୍ରସ୍ତାବ ଦିଆଯାଇଛି । ଦୁର୍ବଳ ନଦୀବନ୍ଧ ଓ ପୂର୍ବରୁ ଥିବା ଘାଇକୁ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ