ଦୁଇଦିନ ମଧ୍ୟରେ ରାଜ୍ୟରେ ୨ରୁ ତିନି ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବା ସମ୍ଭାବନା
by Argus News
Wed, Jan 31 | 8:59 a.m.

ଅର୍ଗସ ବ୍ୟୁରୋ: ଶୀତରେ ଥରୁଛି ସାରା ଓଡିଶା। ଆଗାମୀ ଦୁଇଦିନ ଯାଏ ଶୁଖିଲା ରହିବ ପାଗ। ଆସନ୍ତା ଦୁଇଦିନ ମଧ୍ୟରେ ରାଜ୍ୟରେ ୨ରୁ ତିନି ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଥିବା ବେଳେ ଏଥିରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।  

ତେଣୁ ଦୁଇଦିନ ପରେ ସ୍ବାଭାବିକ ହେବ ରାତି ତାପମାତ୍ରା। ସେପଟେ ବଙ୍ଗୋପସାଗର ଓ ପାଶ୍ବବର୍ତ୍ତୀ ଓଡ଼ିଶାରେ ଏକ ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ୨୪ ଘଂଟାରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ଭୁବନେଶ୍ବର, କୋରାପୁଟ, ଢେଙ୍କାନାଳ ରାଉଲକେଲା, କଟକ, ଅନୁଗୁଳ, କେନ୍ଦ୍ରାପଡା ଏହି ୬ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଏହି ସବୁ ଜିଲ୍ଲା ଗୁଡିକରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ଚେତାବନୀ ଜାରି କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ରାଜ୍ୟରେ ଲାଗୁ ହେବ
18m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର