ପୂର୍ବ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି 
by Argus News
Wed, Feb 21 | 7:40 p.m.

ଭୁବନେଶ୍ୱର:  ମାଘ ମାସରେ ବାଘ ଭଳି ଖରା । ପୂର୍ବ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସବୁଠି ତାତି । 37 ଡିଗ୍ରୀ ଛୁଇଁଲା ରାଜଧାନୀ ଭୁବନେଶ୍ବରର ତାପମାତ୍ରା । ସେହିପରି ୩୫ ଡିଗ୍ରୀ ଉପରେ ୧୫ ସହରର ତାପମାତ୍ରା ରେକର୍ଡ ହୋଇଛି । କଟକରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ୩୪.୭ ଡିଗ୍ରି ସେଲ୍‌ସିୟସ ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବ । 

ଆସନ୍ତାକାଲିଠୁ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ।୨୪ ତାରିଖରେ ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ପୁରୀରେ ବର୍ଷା ହୋଇପାରେ । ୨୬ ତାରିଖ ଯାଏ ପ୍ରଭାବ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ