ସବୁଠି ବିକଶିତ ଭାରତ, ବିକଶିତ ଓଡ଼ିଶା ସହ ଡବଲ ଇଞ୍ଜିନ ସରକାରର ନାରା
by Argus News
Mon, Apr 08 | 6:48 p.m.

ଅର୍ଗସ ବ୍ୟୁରୋ : ସନ୍ଥକବି ଭୀମ ଭୋଇଙ୍କ ବାଣୀ ଯେ କେବଳ ଓଡ଼ିଆ ଭାଷା ସାହିତ୍ୟକୁ ରୁଦ୍ଧିମନ୍ତ କରିଛି ତା ନୁହଁ, ବରଂ ଏହା ଆମ ସମସ୍ତଙ୍କ ପାଇଁ ଚିରକାଳ ପ୍ରେରଣାର ଉତ୍ସ ହୋଇ ରହିଛି । ସମ୍ବଲପୁର ରେଢାଖୋଲସ୍ଥିତ ସନ୍ଥକବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ଅବସରରେ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । 

ଶ୍ରୀ ପ୍ରଧାନ କହିଛନ୍ତି, “ପ୍ରାଣୀଙ୍କ ଆରତ ଦୁଃଖ ଅପ୍ରମିତ, ଦେଖୁ ଦେଖୁ କେବା ସହୁ; ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ” ସନ୍ଥକବି ଭୀମଭୋଇଙ୍କ ଏହି ଉକ୍ତି ସାରା ବିଶ୍ୱକୁ ଦିଗଦର୍ଶନ ଦେଉଛି । ଭୀମଭୋଇଙ୍କ ରଚନା ଓଡ଼ିଶାର ଆଧ୍ୟାତ୍ମିକ, ସାଂସ୍କୃତିକ, ସାହିତ୍ୟିକ ଓ ସାମାଜିକ ଜୀବନଧାରାକୁ ଗଭୀର ଭାବେ ପ୍ରଭାବିତ କରିଛି । ସାମାଜିକ ଜୀବନରେ ନବଚେତନା ଆଣିଛି । ସମାଜରୁ ଜାତିପ୍ରଥା, ଛୁଆଁଅଛୁଆଁ ଭେଦ ଭାବ ଦୂର କରିବା, ସାମାଜିକ ସମତା ସ୍ଥାପନ ନିମନ୍ତେ ସେ ଲେଖନୀ ଚାଳନା କରିଥିଲେ । ସନ୍ଥକବିଙ୍କ ବିଚାରରେ ଅନୁପ୍ରାଣିତ ହୋଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି “ସବ୍‌କା ସାଥ୍‌, ସବ୍‌କା ବିକାଶ”କୁ ଶାସନ ପ୍ରଣାଳୀରେ ଉପଯୋଗ କରିଛନ୍ତି । 

ଅଧିକ ପଢନ୍ତୁ : ବିଶାଳ ବାଇକ ରାଲିରେ ସାମିଲ ହେବା ସହ ସିଦ୍ଧେଶ୍ୱର ମଦାଦେବ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ଏହା ବାଦ୍ ଶ୍ରୀ ପ୍ରଧାନ ରେଢାଖୋଲର ଇଷ୍ଟ ଦେବତା ପଞ୍ଚଖଣ୍ଡାଙ୍କ ଦର୍ଶନ କରିବା ସହ ଶ୍ରୀରାମ ମନ୍ଦିରରେ ପ୍ରଭୁଙ୍କ ପୂଜାର୍ଚ୍ଚନା କରିଛନ୍ତି । ଉଭୟ ମନ୍ଦିରରେ କିଛି ସମୟ ବିତାଇ ପୂଜକ ଓ ଅନ୍ୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିଛନ୍ତି । ଏଠାରେ ସୂଚନା ଥାଉକି, ଦେବଗଡ଼ ଓ ରେଢାଖୋଲର ବିଭିନ୍ନ ସ୍ଥାନରେ କେନ୍ଦ୍ରମନ୍ତ୍ରୀଙ୍କୁ କାର୍ଯ୍ୟକର୍ତ୍ତାମାନେ ସ୍ୱାଗତ କରିଥିଲେ । ରେଢାଖୋଲରେ ତୃଣମୂଳ ସ୍ତରର କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିଥିଲେ ଶ୍ରୀ ପ୍ରଧାନ । ପୁଣିଥରେ ନରେନ୍ଦ୍ର ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କରିବା ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ।   

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ