ତାଳଚେର ଦେଉଳବେଢ଼ା ତେଲିସାହି ଠାରେ ସାମାଜିକ ପ୍ରକଳ୍ପ ଗୁଡିକର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
by Argus News
Mon, Mar 04 | 6:41 p.m.

ଅର୍ଗସ ବ୍ୟୁରୋ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଅନୁଗୋଳ ଜିଲ୍ଲା ତାଳେଚର ଦେଉଳବେଢ଼ା ତେଲିସାହି ଗ୍ରାମରେ ଏକ କଲ୍ୟାଣ ମଣ୍ଡପ, ଗ୍ରାମର ସୁସଜ୍ଜିତ ମୁଖ୍ୟ ତୋରଣ ଏବଂ ନାଚ ମଣ୍ଡପର ଉଦଘାଟନ କରିଛନ୍ତି ।  

ଏହି ଅବସରରେ ସେ ଗ୍ରାମବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ କହିଛନ୍ତି ଯେ ପ୍ରାୟ ୨୬ ଲକ୍ଷ  ଟଙ୍କା ବ୍ୟୟବରାଦରେ ଉଦଘାଟିତ ହୋଇଥିବା ସମସ୍ତ ପ୍ରକଳ୍ପ ଗୁଡ଼ିକ ଗାଁରେ ବାହାଘର, ବ୍ରତଘର ଭଳି ସାଂସ୍କୃତିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ସହଯୋଗର ଭୂମିକା ଗ୍ରହଣ କରିବ । ଗ୍ରାମବାସୀମାନେ ଏହି ସବୁ ବ୍ୟବସ୍ଥା ଦ୍ୱାରା ବିଶେଷ ଉପକୃତ ହୋଇପାରିବେ । ଗାଁର ଜନସାଧାରଣ ବିଶେଷ ଭାବରେ ଯୁବବନ୍ଧୁଙ୍କ ଉତ୍ସାହ କାରଣରୁ ଏହି କାମ ସମ୍ଭବ ହୋଇପାରିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୃଢ଼ ନେତୃତ୍ୱ ଓ ବିକାଶର କଳ୍ପନାରେ ଏହି ସବୁ ସାମାଜିକ କାର୍ଯ୍ୟରେ ସହଯୋଗୀ ହୋଇଥିବାରୁ ଶ୍ରୀ ପ୍ରଧାନ ଏମସିଏଲକୁ ଧନ୍ୟବାଦ ଜଣାଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେ ଆହୁରି କହିଛନ୍ତି ଯେ ଆଜି ଆମ ଜିଲ୍ଲା ଅନୁଗୋଳ ପାଇଁ ଏକ ବିଶେଷ ଦିନ । ଜିଲ୍ଲାରେ ଶିକ୍ଷା ଓ ଦକ୍ଷତା ବିକାଶକୁ ଆଗକୁ ନେବା ପାଇଁ ଅନୁଗୋଳରେ ଆଇଆଇଏମ ମୁମ୍ବାଇ ଓ ଆଇଆଇଏମ ସମ୍ବଲପୁର ଦ୍ୱାରା ପରିଚାଳିତ ହେବାକୁ ଥିବା ମ୍ୟାନେଜମେଣ୍ଟ ଶିକ୍ଷା କେନ୍ଦ୍ରର ଉଦଘାଟନ ହୋଇଛି । କେନ୍ଦ୍ରୀୟ ବିଦ୍ୟାଳୟର ନୂତନ ଭବନ ସହ ସ୍କିଲ ଇଣ୍ଡିଆ ସେଣ୍ଟର, ଜନ ଶିକ୍ଷଣ ସଂସ୍ଥାନର ଲୋକାର୍ପଣ ଭଳି କାର୍ଯ୍ୟକ୍ରମ ଗୁଡିକ ଜିଲ୍ଲାକୁ ଗୁଣାତ୍ମକ ଶିକ୍ଷା, ମ୍ୟାନେଜମେଣ୍ଟ ଏବଂ ଦକ୍ଷତା କ୍ଷେତ୍ରରେ ଅଗ୍ରଣୀ କରାଇବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

METEOROLOGICAL
9m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା
ELECTION
14m ago
କଟକ ବାରବାଟୀରେ ଏଥରେ ମହା ଲଢେଇ
ଅର୍ଗସ ବ୍ୟୁରୋ : ବର୍ତ୍ତମାନ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ । କଟକ ସହରରେ ଆରମ୍ଭ ହୋଇଥିବା ଯାଇକ
BJP
20m ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି
ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପର