ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ
by Argus News
Tue, Feb 20 | 8:42 p.m.

ଅର୍ଗସ ବ୍ୟୁରୋ : ଡାକ ଟିକେଟ୍ ଆମର ଅସ୍ମିତା, ଗୌରବ, ସ୍ୱାଭିମାନ, ସମ୍ମାନ ଓ ପରିଚୟର ପ୍ରତୀକ । ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିସରରେ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚିତ ହୋଇଛି । ଆଜିର ପଦକ୍ଷେପ ଦ୍ୱାରା ଓଡ଼ିଶାର ସଂସ୍କୃତି, ସଭ୍ୟତା ଓ ସ୍ୱାଭିମାନକୁ ମୋଦି ସରକାରରେ ଉଚିତ୍ ସମ୍ମାନ ମିଳିଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ପଶ୍ଚିମ ଓଡ଼ିଶାର ନୂଆଁଖାଇ, ଶୀତଳଷଷ୍ଠୀ, ସମ୍ବଲପୁରୀ ବାନ୍ଧ, ସମ୍ବଲପୁରୀ ନୃତ୍ୟ ଉପରେ ଗୋଟିଏ ଲେଖାଏଁ ଡାକ ଟିକଟ ଏବଂ ଧନୁଯାତ୍ରା ଉପରେ ଦୁଇଟି ଡାକ ଟିକଟ ଉନ୍ମୋଚନ କରିଥିଲେ । ଏହାସହ ୫ ଜିଲ୍ଲାର ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିଥିଲେ କେନ୍ଦ୍ରମନ୍ତ୍ରୀ । ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ଆଜି ଓଡ଼ିଶା ପାଇଁ ଗୌରବର ଦିନ । ରାଜ୍ୟ ପାଇଁ ବଡ ସମ୍ମାନ ଓ ରାଜ୍ୟବାସୀଙ୍କ ପାଇଁ ଆନନ୍ଦ ଓ ଉଲ୍ଲାସର କ୍ଷଣ । ୨୦୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପ୍ରଥମ ଭାଷା ଭିତ୍ତିରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବ । ଓଡ଼ିଆ ଆଧୁନିକ କାବ୍ୟ ସାହିତ୍ୟର ମହାନ କବି ଗଙ୍ଗାଧର ମେହେରଙ୍କ ଜନ୍ମ ଜୟନ୍ତୀର ଶତବାର୍ଷିକୀ ମଧ୍ୟ ପାଳନ ହେବାକୁ ଆଉ ମାତ୍ର କିଛି ଦିନ ବାକି ଅଛି । ଏହି ସମୟରେ ଭାରତୀୟ ଡାକ ବିଭାଗ ପକ୍ଷରୁ ତାଙ୍କ ଉପରେ ଡାକ ଟିକେଟ ଉନ୍ମୋଚନ ହେବା ଗୌରବର ବିଷୟ । ସେହିପରି ସନ୍ଥକବି ଭୀମ ଭୋଇ ମହିମା ଧର୍ମର ମହାନ ପ୍ରଚାରକ । ଭୀମ ଭୋଇଙ୍କ ଜୀବନୀ ଆମ ସମସ୍ତଙ୍କ ପାଇଁ ଆଦର୍ଶ ।  ତାଙ୍କ ଉପରେ ଡାକ ଟିକେଟ ଉନ୍ମୋଚନ କରି ଭୀମ ଭୋଇଙ୍କୁ ସମ୍ମାନିତ କରିଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଧନ୍ୟବାଦ ଜଣାଇଛନ୍ତି।    

ରଙ୍ଗବତୀ ଗୀତର ତିନି ଜଣ ସ୍ରଷ୍ଟାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରି ମୋଦି ସରକାର ଏହି ଲୋକକଳାକୁ ଜାତୀୟ ସ୍ୱୀକୃତି ଦେଇଛନ୍ତି ଏବଂ ସମ୍ବଲପୁରକୁ ତଥା ଓଡ଼ିଶାକୁ ସମ୍ମାନିତ କରିଛନ୍ତି । ଆଜି ସମ୍ବଲପୁର ସହ ଜଡ଼ିତ ପାରମ୍ପରିକ କଳା ଓ ଐତିହ୍ୟ ଉପରେ ଡାକ ଟିକଟ ଉନ୍ମୋଚନ ହେବା ଦ୍ୱାରା ଆମର କଳା, ସଂସ୍କୃତି ଓ ପରମ୍ପରାର ସୁଦୂର ପ୍ରଚାରପ୍ରସାର ହେବ । ସେହିପରି ଆଜି ଦୁନିଆ ବଦଳୁଥିବା ବେଳେ ସ୍ଥାନୀୟ ଯୋଗାଯୋଗ ବ୍ୟବସ୍ଥାକୁ ଆହୁରି ମଜଭୁତ କରିବା ଦିଗରେ ଉଦଘାଟିତ ଅତ୍ୟାଧୁନିକ ଡାକଘରର ଅଗ୍ରଣୀ ଭୂମିକା ରହିବ । ମୋଦି ଦେଶରେ ମିଳିନ ହେଉଥିବା ଡାକଘରକୁ ସଜାଡି ଆଉ ଥରେ ଦୀପ ଲଗାଇ ଦେଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ ସମ୍ବଲପୁରର ବୀରଗାଥାର ପ୍ରତୀକ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ  ବୀର ସୁରେନ୍ଦ୍ର ସାଏ । ୧୮୫୭ ମସିହା ବିଦ୍ରୋହରେ ସେ ଓ ତାଙ୍କ ସହଯୋଗୀମାନେ ଦେଶକୁ ସ୍ୱାଧୀନତା ଦେବା ପାଇଁ ଜାତୀୟ ଆନ୍ଦୋଳନରେ ଭାଗ ନେଇ ଇଂରେଜ ମାନଙ୍କ ସହ ବୀରତ୍ୱର ସହ ଲଢ଼ି ବଳିଦାନ ଦେଇଥିଲେ ।  ବୀର ସୁରେନ୍ଦ୍ର ସାଏ ମଧ୍ୟପ୍ରଦେଶର ଆସିରଗଡ ଦୁର୍ଗରେ ଶେଷ ଜୀବନ କାଟିଥିଲେ । ଏହି ପରିପ୍ରେକ୍ଷୀରେ ସେ ମଧ୍ୟପ୍ରଦେଶର ଆସିରଗଡ ଦୁର୍ଗରେ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ପତ୍ର ଲେଖିଥିଲେ । ଅବିଳମ୍ବେ ଆସିରଗଡ଼ରେ ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା ପାଇଁ ପଦକ୍ଷେପ ନେବା ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ସେହି ସ୍ଥାନରେ ବୀର ସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ନିର୍ମାଣ ସହ ସ୍ମାରକୀ ସ୍ଥାପନା ହେଲେ ସମ୍ବଲପୁର ଅଞ୍ଚଳର ସ୍ୱାଭିମାନ ଓ ଆକାଂକ୍ଷା ପୂରଣ ହେବ । ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ସାମିଲ ହୋଇ ନିଜର ଅଭିଭାଷଣ ରଖିଥିଲେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ