ଦୁର୍ଘଟଣାରେ ୩ ଆରଏମସି କର୍ମଚାରୀ ଗୁରୁତର
by Argus News
Sun, Apr 07 | 10:29 a.m.

ଅର୍ଗସ ବ୍ୟୁରୋ:  ୩୦ ଫୁଟ୍‌ ତଳକୁ ଖସିଲା ଭ୍ୟାନ। ଦୁର୍ଘଟଣାରେ 3 ଆରଏମସି କର୍ମଚାରୀ ଗୁରୁତର। ବାଲେଶ୍ବର 60 ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଆରଏମସି ମୋବାଇଲ ଚେକ ପୋଷ୍ଟକୁ ଧକ୍କା ଦେଇ ଜାତୀୟ ରାଜପଥରୁ 30 ଫୁଟ ତଳକୁ ଖସି ପଡିଲା ପିକଅପ ଭ୍ୟାନ୍। ବାଲେଶ୍ବର ପଟୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା  କାଗଜ ବୋଝେଇ ଏକ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଚେକ ପୋଷ୍ଟ କୁ ଧକ୍କା ଦେଇଥିଲା। ଦୁ୍ର୍ଘଟଣାରେ ଡ୍ୟୁଟିରେ ଥିବା 3 ଜଣ ଆରଏମସି କର୍ମଚାରୀ ଗୁରୁତର  ହୋଇଛନ୍ତି।

ବସ୍ତା ପୋଲିସ ଏବଂ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ୟାନ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପ୍ରଥମେ ବସ୍ତା  ହସପିଟାଲରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ବର ହସପିଟାଲ କୁ ସ୍ଥାନାନ୍ତର କରା ଯାଇଛି। ତେବେ ଦୁର୍ଘଟଣା ପରେ ପିକଅପ ଭ୍ୟାନର ଡ୍ରାଇଭର କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ