ରାଜ୍ୟରେ ବଦଳିଲା ପାଗ, ଖସିଲା ପାରଦ
by Argus News
Fri, Feb 09 | 7:57 a.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ବଦଳିଲା ପାଗ, ଖସିଲା ପାରଦ। ସ୍ବାଭାବିକ ହେଲା ତାପମାତ୍ରା । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ତଳକୁ ଖସିଛି । ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟ ମଧ୍ୟକୁ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। 

ଏହି ବାୟୁ ଚଳାଚଳ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ । ଆଜି ପାଗ ଶୁଖିଲା ରହିବା ସହ ଦକ୍ଷିଣ ଉପକୂଳର କିଛି ସ୍ଥାନରେ ଦେଖାଦେଇଛି କୁହୁଡି । ଆସନ୍ତାକାଲିଠୁ ମେଘୁଆ ପାଗ ଓଡିଶାରେ ଲାଗି ରହିବ। ୧୧ ତାରିଖରେ ଉତ୍ତର ଆଭ୍ୟନ୍ତରଣ ଓଡ଼ିଶାର ପାର୍ଶ୍ବବର୍ତ୍ତି ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 

ଉଚ୍ଚ ଜୁଆର
12m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
16m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ