୨୪ ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା
by Argus News
Sat, May 18 | 12:27 p.m.

ଅର୍ଗସ ବ୍ୟୁରୋ: ଦାଦନ ଯନ୍ତ୍ରଣାରେ ଛଟପଟ ସାରା ଓଡ଼ିଶା । 24 ବର୍ଷର ସରକାରର ଅପାରଗତାରୁ ରାଜ୍ୟବାସୀ ଭୋଗୁଛନ୍ତି ଦୁର୍ଦ୍ଦଶା । କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ବେନୁପାଳ ଗାଁରୁ ଆସିଲା ପୁଣି ଦାଦନ ମୃତ୍ୟୁ ଖବର । ଗାଁର ସଞ୍ଜୟ ସ୍ୱାଇଁ ଦାଦନ ଖଟିବାକୁ ସୁରତର ଏକ ସୂତା ମିଲକୁ ଯାଇଥିଲେ । ହେଲେ ଏବେ ବାହାର ରାଜ୍ୟରେ ପଡ଼ି ରହିଛି ତାଙ୍କ ମୃତ ଦେହ । କାନ୍ଦ ବୋବାଳିରେ ପୂରା ପରିବେଶ ଫାଟି ପଡୁଥିବା ବେଳେ ମୃତ ଶରୀରକୁ ଫେରାଇ ଆଣିବାକୁ ଆକୁଳ ନିବେଦନ କରୁଛନ୍ତି ସଞ୍ଜୟଙ୍କ ସ୍ତ୍ରୀ ।

ସ୍ୱାମୀ ସଞ୍ଜୟର ମରଶରୀରକୁ ଫେରାଇ ଆଣିବା ସହ ଆର୍ଥିକ ସହାୟତା ରାଶି ପ୍ରଦାନ ପାଇଁ ସରକାରଙ୍କୁ ଆକୁଳ ନିବେଦନ କରିଛନ୍ତି ପରିବାର ଲୋକ । ଅନ୍ୟପଟେ ରାଜ୍ୟରେ ଅପାର ସମ୍ଭାବନା ସତ୍ତ୍ୱେ ନିଯୁକ୍ତି ଦେବାରେ ବିଫଳ 24 ବର୍ଷ ହେଲା ଶାସନ ଗାଦିରେ ବସିଥିବା ବିଜେଡି ସରକାର। ଆଉ ରାଜ୍ୟ ସରକାରଙ୍କ ବିଫଳତା ଓ ଅପାରଗତା ଯୋଗୁଁ ବଢୁଛି ଓଡ଼ିଶାବାସୀଙ୍କ ଦୁର୍ଦ୍ଦଶା।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ