ମୋଦି ସରକାରରେ ଦେଶର ନାରୀଶକ୍ତି ନୂଆ ଉଚ୍ଚତାକୁ ଯାଇଛି - ଧର୍ମେନ୍ଦ୍ର ପ୍ରଧାନ
by Argus News
Sat, Feb 24 | 3:32 p.m.

ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଆଜି ଦେଶର ନାରୀଶକ୍ତି ଓ ମହିଳା ଆଧାରିତ ବିକାଶ ନୂଆ ଉଚ୍ଚତାକୁ ଯାଇଛି ବୋଲି ଶନିବାର ଦେବଗଡ଼ର ରଜାମୁଣ୍ଡା ଅଞ୍ଚଳରେ ‘ଲାଭାର୍ଥୀ ସମ୍ପର୍କ ଅଭିଯାନ’ରେ ସାମିଲ ହେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।   

ଏହି ଅଭିଯାନ ଅଧୀନରେ କେନ୍ଦ୍ରମନ୍ତ୍ରୀ ମୋଦୀ ସରକାରଙ୍କ କଲ୍ୟାଣକାରୀ ଯୋଜନାର ଲାଭାର୍ଥୀ ବିଶେଷ ଭାବରେ ସ୍ଥାନୀୟ ଅଞ୍ଚଳର ମାଆ ଭଉଣୀ ମାନଙ୍କୁ ଭେଟିବା ସହ ଆଲୋଚନା ଆଲୋଚନା କରିଥିଲେ । ଘର ଘର ବୁଲି ମୋଦିଙ୍କ ଷ୍ଟିକର ଲଗାଇବା ସହ ଲିଫଲେଟ୍ ବାଣ୍ଟିଥିଲେ । ସେ କହିଥିଲେ ଯେ ମୋଦୀ ସରକାର ଲୋକଙ୍କ ଜୀବନକୁ ସହଜ କରିବା ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଯୋଗାଇ ଦେଇଛନ୍ତି । ସ୍ୱଚ୍ଛ ଭାରତ ଯୋଜନାରେ ଶୌଚାଳୟ, ଜଳ ଜୀବନ ମିଶନରେ ପ୍ରତି ଘରକୁ ପାଇପ ଯୋଗେ ବିଶୁଦ୍ଧ ପାଣି ପହଞ୍ଚାଯାଇଛି । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣା ଚାଉଳ, ଉଜ୍ଜ୍ୱଳା ଯୋଜନାରେ ମାଗଣାରେ ରନ୍ଧନ ଗ୍ୟାସ ସହ କରୋନା ସମୟରେ ଟିକା ଉପଲବ୍ଧ କରାଇଛନ୍ତି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଜନଧନରେ ଟଙ୍କା ଓ ଲକ୍ଷପତି ଦିଦି ଭଳି ଅନେକ ଯୋଜନା ବିଶେଷତଃ ମାତୃଶକ୍ତିଙ୍କ ଜୀବନରେ ପରିବର୍ତ୍ତନ ଆଣିଛି । ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀଙ୍କ ନାମଲେଖା ଅଭିବୃଦ୍ଧି ଓ ଅନ୍ୟାନ୍ୟ ସଫଳତା ବିକଶିତ ଭାରତ ନିର୍ମାଣ ପାଇଁ ଆମର ମାର୍ଗ ପ୍ରଶସ୍ତ କରିଛି । ଏହି ଅବସରରେ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦୀଙ୍କ କଲ୍ୟାଣକାରୀ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ସହ ତାଙ୍କ ହାତମୁଠାକୁ ଟାଣ କରିବା ପାଇଁ ନିବେଦନ କରିଥିଲେ ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ