ତାତିରୁ ମିଳିଲା ଆଶ୍ୱସ୍ତି
by Argus News
Sat, Feb 24 | 5:11 p.m.

ଭୁବନେଶ୍ୱର:  ବଢୁଥିବା ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । ରାଜ୍ୟରେ ମେଘୁଆ ପାଗ ସହ ତଳ ମୁହାଁ ହୋଇଛି ପାରଦ । ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସହ ଆଜିଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ଉପକୂଳ ଓ ଉତ୍ତର ଉପକୂଳ ଓଡିଶାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଦେଓଗଡ଼, ନୟାଗଡ଼, ଖୋର୍ଦ୍ଧା, ପୁରୀ ପ୍ରଭୃତି କିଛି ଜିଲ୍ଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସକାଳୁ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି । 

ପଶ୍ଚିମା ଝଡ ଏବଂ ଗୁରୁଚାପ ବଳୟ ସକ୍ରିୟ ଥିବାରୁ ଜଳୀୟ ବାଷ୍ପ ବାୟୁ  ବାୟୁମଣ୍ଡଳକୁ ପ୍ରବେଶ କରୁଛି ତେଣୁ 5 ଦିନ ରାଜ୍ୟରେ ପାଗ ମେଘୁଆ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆହୁରି ପଢନ୍ତୁ ପାଣିପାଗ ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ