ଅଙ୍ଗନବାଡି କର୍ମୀ ଉର୍ମିଳା ସାମଲଙ୍କୁ ମାଡ ଘଟଣା; ୩ ଜଣ ଅଭିଯୁକ୍ତ ଗିରଫ
by Argus News
Sun, Sep 22 | 3:44 p.m.

ବାଲେଶ୍ୱର: ଅଙ୍ଗନବାଡି କର୍ମୀ ଉର୍ମିଳା ସାମଲଙ୍କୁ ମାଡ ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏଥି ସହିତ ମହିଳାଙ୍କ ଉପରେ ବର୍ବୋରଚିତ ଆକ୍ରମଣ ଘଟଣାକୁ ତୀବ୍ର ନିନ୍ଦା କରିଛି ବାଲେଶ୍ବର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ।

ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ମହାପଦା ଗ୍ରାମରେ କଙ୍ଗାରୁ କୋର୍ଟ, ଅଙ୍ଗନୱାଡି କର୍ମୀଙ୍କୁ ଗଛରେ ବାନ୍ଧି ନିସ୍ତୁକ ପିଟିଥିଲେ ଗ୍ରାମବାସୀ । ଗୁରୁତର ଅବସ୍ଥାରେ ଅଙ୍ଗନୱାଡି କର୍ମୀ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । 

ସୂଚନା ଅନୁଯାୟୀ ମହାପଦା ଗ୍ରାମର ଅଙ୍ଗନୱାଡି କର୍ମୀ ଉର୍ମିଳା ସାମଲ ଗତ 19 ତାରିଖରେ ଅଙ୍ଗନୱାଡି କେନ୍ଦ୍ର ପରିଚାଳନା କରୁଥିବାବେଳେ କିଛି ଗ୍ରାମବାସୀ କେନ୍ଦ୍ର ଭିତରେ ପଶି ଅସଭ୍ୟ ଭାଷାରେ ଗାଳି ଗୁଲଜ କରିଥିଲେ । ଉର୍ମିଳା ଏହାର ପ୍ରତିବାଦ କରିବାରୁ ଗ୍ରାମବାସୀମାନେ ନିକଟରେ ଥିବା ଏକ ଗଛରେ ଉର୍ମିଳାଙ୍କୁ ବାନ୍ଧି ନିସ୍ତୁକ ପିଟି ଥିଲେ । ଖବର ପାଇ ବାଲିଆପାଳ ସିଡିପିଓ ପାର୍ବତୀ ମୁର୍ମୁ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି ପ୍ରଥମେ ବସ୍ତା ଏବଂ ପରେ ବାଲେଶ୍ବର ହସପିଟାଲକୁ ସ୍ଥାନାନ୍ତର କରିଥିଲେ । 
 

ଆହୁରି ପଢନ୍ତୁ ଓଡିଶା ଖବର...

ଲିଜେଣ୍ଡସଙ୍କ ଜଲୱା
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ
ଓଡ଼ିଆ ଅସ୍ମିତା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାର
STORY
Speed 10: ଜାଣନ୍ତୁ ଦିନର ବଡ ଖବର...
ଅର୍ଗସ ବ୍ୟୁରୋ: ଜାଣି ରଖନ୍ତୁ ଆଜି ଦିନର ବଡ ଖବର... () କେନ୍ଦୁଝରରୁ ବିଜେଡିକୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...କହିଲେ ଭୋଟ ରାଜନୀତି ପାଇଁ ଜଗନ୍ନାଥଙ୍କୁ ବ୍ୟବହା