ଏହି 4 ରାଶି ଆଜି ସତର୍କ ରୁହନ୍ତୁ...
by Argus News
Fri, Feb 23 | 8:07 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... 

ମେଷ-

ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଭାଇ ଭଉଣୀ ମାନଙ୍କ ସହିତ ମନୋମାଳିନ୍ୟ ଦୂର ହେବ । ରାଜନୀତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରି କାର୍ଯ୍ୟ ହାସଲ କରିବେ । ଅଫିସରେ ଦାୟିତ୍ୱ କ୍ରମେ ବୃଦ୍ଧି ପାଇବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-

କର୍ମ କ୍ଷେତ୍ରରେ ସମସ୍ୟା ରହିଥିଲେ ମଧ୍ୟ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ । ପରିବାର ସଦସ୍ୟ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ ବାଟରେ ପରିଚାଳିତ ହୋଇପାରନ୍ତି । ରାଜନୀତି ଓ ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତୃତା କରୁଥିବା ଲୋକ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭାର୍ଗବୀଙ୍କର ପୂଜାର୍ଚ୍ଚନା କରନ୍ତୁ    

ମିଥୁନ-    

ପରିବାରରେ ସମସ୍ୟା ସମାଧାନ ଦିଗରେ ଚେଷ୍ଟା କଲେ ସଫଳତା ପାଇବେ । ଆର୍ଥିକ ସ୍ଥିତି ପୂର୍ବ ପରି ରହିବ । ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରିବାରେ ସମର୍ଥ ହେବେ । ସାମାଜିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ  ଅଭିଯୋଗ ପାଇବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-

ପରିବାରରେ ଭୁଲ ବୁଝାମଣା ହେତୁ କଳହ ଲାଗିପାରେ । ବିଦ୍ୟାର୍ଥୀ ମାନେ ଅଦ୍‌ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପ୍ରଶାସନିକ , ପରିବହନ, ବ୍ୟବସାୟ, ନିର୍ମାଣ ଓ ଆଲୋଚନା କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେବେ । ବିଭିନ୍ନ ଦିଗରୁ ଅର୍ଥ ପାଇଲେ  ମଧ୍ୟ ତାହା ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ସିଂହ-

ଅଟକି ରହିଥିବା କାର୍ଯ୍ୟ ସହଜ ସରଳରେ ସମ୍ପନ୍ନ ହେବ । ମିତ୍ରଙ୍କ ସହ ଲାଗି ରହିଥିବା ବିବାଦ ଦୂର ହେବ । ଠିକ୍ ସମୟରେ ଭାବୁଥିବା କାମଟି ଶୀଘ୍ର ଶେଷ କରିପାରିବେ ନାହିଁ । ଲୋକମାନଙ୍କ ସହିତ ଜଗିରଖି କଥାବାର୍ତା କରିଲେ ବହୁତ ଭଲ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-

କେତେକ କ୍ଷେତ୍ରରେ ଠିକ ସିନ୍ଧାନ୍ତ ନେଇ ପାରିବେ ନାହିଁ । ସନ୍ତାନ ହେତୁ ମାନସିକ ଆଘାତ ପାଇପାରନ୍ତି । ଟଙ୍କା ପଇସା ସମ୍ପର୍କିତ ଝାମେଲାର ସମ୍ମୁଖୀନ ହେବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-

ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ ।  ଗଠନ ମୂଳକ କିମ୍ବା ସାମୂହିକ କାମରେ, ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । ଆଇନ, ଅଦାଲତ, କଳା ସାହିତ୍ୟ, କ୍ରୀଡା କ୍ଷେତ୍ର ମନ୍ଦ ହେବନି । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହିପାରନ୍ତି । ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍ ହେବନାହିଁ । ସଭାସମିତି କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ସହଯୋଗ,ସୁଖ ସମ୍ମାନ ପାଇ ଖୁସି ହେବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିପାରେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଧନୁ-

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାରେ ଆପଣଙ୍କ କୌଶଳ କିଛି ମାତ୍ରାରେ ଅନ୍ୟମନସ୍କ ହେତୁ କୌଣସି ଭୁଲ କାମ କରି ଅନୁତପ୍ତ ହେବେ । ନିଜ ଲୋକଙ୍କୁ ଭୁଲ୍ ବୁଝିବେ ଏବଂ ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବା ସହ ସାମାଜିକ ସ୍ଥିତି, ମାନ ସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସତର୍କତା ଅଭାବରୁ ଜିନିଷପତ୍ର ହଜିଯିବା ସମ୍ଭାବନା ରହିଛି । ସମସ୍ୟା ସମାଧାନ ସକାଶେ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । କଳା , ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ବନ୍ଧୁ  ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣ ହେବ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ବିଦ୍ୟା ଅଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପରିସ୍ଥିତିକୁ ଦେଖି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡିବ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଆଜିଠାରୁ ଏକମାସ
26m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
48m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
50m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି