ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ
by Argus News
Wed, Jun 19 | 7:34 a.m.

ପୁରୀ:  ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଆସନ୍ତା ସ୍ନାନଯାତ୍ରାର ଚୂଡାନ୍ତ ନୀତି ନିର୍ଘଣ୍ଟକୁ ମୋହର ମାରିବ ପରିଚାଳନା କମିଟି । ଦିନ 11ଟାରେ ନୀଳାଦ୍ରି ଭକ୍ତ ନିବାସରେ ପରିଚାଳନା କମିଟିର ବୈଠକ ଅନୁଷ୍ଠିତ ହେବ । ଜୁନ୍ 22 ରେ ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ କିଭଳି ଶୃଙ୍ଖଳିତ କରାଯିବ,  ଭକ୍ତମାନେ କିଭଳି ସ୍ନାନ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କୁ ଜଳଲାଗି ଓ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶକୁ ସ୍ପଷ୍ଟ ଦର୍ଶନ କରିପାରିବେ ସେନେଇ ମଧ୍ୟ ବୈଠକରେ ଆଲୋଚନା କରାଯିବ । 

ପୂର୍ବରୁ ସ୍ନାନଯାତ୍ରାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଦଇତାପତି ନିଯୋଗ ଭେଟି ଆଲୋଚନା କରିଥିବାବେଳେ ପୋଲିସ ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ସହ ମଧ୍ୟ ସ୍ନାନଯାତ୍ରାରେ ସମ୍ପୃକ୍ତ ସେବାୟତଙ୍କ ଆଲୋଚନା ଶେଷ ହୋଇଛି ଓ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସ୍ନାନଯାତ୍ରାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ସହ ମଧ୍ୟ ଆଲୋଚନା ଶେଷ ହୋଇଛି ।  

ଶ୍ରୀଜୀଉଙ୍କ ପହଣ୍ଡି ସମୟରେ କିଭଳି ଟାହିଆକୁ ସୁରକ୍ଷିତ ରଖାଯିବ, ହାତୀବେଶ ଓଲାଗିବେଳେ କିଭଳି ବିଶୃଙ୍ଖଳା ନହେବ ସେନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରେ । ଅନ୍ୟପଟେ ପରିଚାଳନା କମିଟିର ଏଜେଣ୍ଡାରେ ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ପରେ ଭକ୍ତଙ୍କ ଭିଡ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ଉପରେ କୌଣସି ପ୍ରସଙ୍ଗ ସ୍ଥାନ ପାଇନଥିବା ବେଳେ ଶ୍ରୀମନ୍ଦିର ବାହାରେ ଓ ଭିତରେ ଦର୍ଶନ ବ୍ୟବସ୍ଥା କିଭଳି ଶୃଙ୍ଖଳିତ ଓ ସୁବ୍ଯବସ୍ଥିତ ହୋଇପାରିବ ସେନେଇ ମଧ୍ୟ ବୈଠକରେ ଆଲୋଚନା ହୋଇପାରେ।

ଆହୁରି ପଢନ୍ତୁ ଓଡିଶା ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା