ଆଜି ରାଷ୍ଟ୍ରପତିଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
by Argus News
Thu, Jun 20 | 8:09 a.m.

ଅର୍ଗସ ବ୍ୟୁରୋ : ଆଜି ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ 66ତମ ଜନ୍ମଦିବସ । ୧୯୫୮ ମସିହା ଆଜିର ଦିନରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।  ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ ।

ଅଧିକ ପଢନ୍ତୁ : ରାଷ୍ଟ୍ରପତି ଭବନରେ ପ୍ରଥମ ଥର ପାଇଁ ଆୟୋଜନ ହେଉଛି ରଜ ପର୍ବ

ତା'ପରେ ଭୁବନେଶ୍ବର ଆସି ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ । ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି।  ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ  ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା