ଆଜି ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଙ୍କ ଜନ୍ମଦିନ
by Argus News
Wed, Apr 17 | 8:08 a.m.

ଅର୍ଗସ ବ୍ୟୁରୋ: ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଙ୍କ ଜନ୍ମଦିନ। ରାମଙ୍କ ଜନ୍ମୋତ୍ସବକୁ ସ୍ମରଣୀୟ କରିବାକୁ ଜନ୍ମଭୂଇଁରେ ଦିବ୍ୟ ପ୍ରସ୍ତୁତି। ସାମିଲ ହେବେ ୬୦ ଲକ୍ଷରୁ ଅଧିକ ରାମ ଭକ୍ତ। ଆକର୍ଷଣୀୟ ଆଲୋକମାଳାରେ ଝଲସୁଛି ଅଯୋଧ୍ୟା ନଗରୀ। ଆଜି ପବିତ୍ର ରାମ ନବମୀ । ଚଳଚଞ୍ଚଳ ଅଯୋଧ୍ୟା । ବାଲକରାମଙ୍କ ପ୍ରାଣ ପ୍ରତିଷ୍ଠା ପରେ ପ୍ରଥମ ଥର ଲାଗି ପାଳନ ହେବ ରାମ ନବମୀ । ନବବଧୂ ଭଳି ସଜେଇ ହୋଇଛି ଭବ୍ୟ ରାମମନ୍ଦିର ।

୫ଶହ ବର୍ଷର ପ୍ରତୀକ୍ଷା ପରେ, ଭବ୍ୟ ହେବ ରାମଲାଲାଙ୍କ ଜନ୍ମୋତ୍ସବ । ନବନିର୍ମିତ ରାମମନ୍ଦିରରେ ପ୍ରଥମ ଥର ପାଇଁ ପାଳନ ହେଉଛି ରାମନବମୀ । ଗର୍ଭଗୃହରେ ଦିବ୍ୟ ରୂପରେ ଝଲସିବେ ବାଲକ୍ ରାମ । ରାମ ନବମୀରେ ମନ୍ଦିର ଗର୍ଭଗୃହକୁ ଉଦ୍ଭାସିତ କରିବ ଆସ୍ଥା, କଳ୍ପନା ଓ ବିଜ୍ଞାନର ଅଭୂତପୂର୍ବ ସମ୍ମିଶ୍ରଣ ।
ଆଜି ମଧ୍ୟାହ୍ନ ୧୨ଟା ସମୟରେ ବାଲକ୍ ରାମ ସୂର୍ଯ୍ୟ ତିଲକରେ ଅଭିଷିକ୍ତ ହେବେ । ୪ ମିନିଟ ଯାଏଁ ସୂର୍ଯ୍ୟ କିରଣରେ ଝଲସିବ ଶ୍ରୀବିଗ୍ରହର ମସ୍ତକରେ ଶୋଭିତ ହୀରା ଓ ମାଣିକ୍ୟ ଖଚିତ ସ୍ୱର୍ଣ୍ଣ ତିଳକ । ଅପ୍ଟି-ମେକାନିକାଲ୍ ସିଷ୍ଟମରେ ସୂର୍ଯ୍ୟାଲୋକକୁ ଗର୍ଭଗୃହ ଯାଏଁ ପଠାଇବାକୁ, ତୃତୀୟ ମହଲା ଉପରେ ଏକ ବଡ଼ ରିଫ୍ଲେକ୍ଟର ବକ୍ସ ଲାଗିଛି।

ଅଧିକ ପଢ଼ନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ