ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ
by Argus News
Mon, Jul 22 | 8:17 a.m.

ଭୁବନେଶ୍ୱର: ଆଜିଠୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ଧନ୍ୟବାଦ ପ୍ରସ୍ତାବ ଆଗତ ହେବ । ୨୩ ତାରିଖରେ ଉପ-ବାଚସ୍ପତି ନିର୍ବାଚନ ସମ୍ପର୍କିତ ଘୋଷଣା ହେବ ଏବଂ ଏହା ପରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ୨୪ ତାରିଖରେ ଉପ-ବାଚସ୍ପତି ପଦ ପାଇଁ ନିର୍ବାଚନ ହେବ । ୨୫ ତାରିଖ ଦିନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ରାଜ୍ୟର ନୂଆ ବିଜେପି ସରକାର ବଜେଟ ଉପସ୍ଥାପନ କରିବେ । 

ସର୍ବଦଳୀୟ ବୈଠକରେ ଯୋଗ ଦେଲେନି କଂଗ୍ରେସର କୌଣସି ବିଧାୟକ

ଲମ୍ବା ସମୟ ଧରି ଚାଲିବାକୁ ଥିବା ଏହି ଅଧିବେଶନ ଲାଗି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିରୋଧୀ ଦଳ ନେତାଙ୍କୁ ଭେଟି ଗଠନ ମୂଳକ ସହଯୋଗ ଲୋଡିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଉଭୟ ନବୀନ ନିବାସକୁ ଯାଇ ବିରୋଧୀଦଳ ନେତାଙ୍କୁ ସାକ୍ଷାତ କରିଛନ୍ତି । 

ରାଜ୍ୟର ବୃହତର ସ୍ବାର୍ଥ ଦୃଷ୍ଟିରୁ ମୁଖ୍ୟ ବିରୋଧୀ ଦଳଠାରୁ ମୋହନ ସରକାର ଗଠନମୂଳକ ସହଯୋଗ କାମନା କରିଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ । 
ସେହିପରି ନିଜେ ସଂସଦୀୟ ବ୍ୟାପାର ମନ୍ତ୍ରୀ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ଟେଲିଫୋନ ଯୋଗେ ବିକଶିତ ଓଡ଼ିଶା ଗଠନରେ ସକ୍ରିୟ ସହଯୋଗ ଲାଗି ଆଲୋଚନା କରିଛନ୍ତି ।

ମୋହନ ଡାକିଲେ ନବୀନ ଗଲେନି
 

ଉଚ୍ଚ ଜୁଆର
10m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
14m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ