କାମଚଳା ବଜେଟ ଆଗତ କରିବେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
by Argus News
Thu, Feb 08 | 8:53 a.m.

ଅର୍ଗସ ବ୍ୟୁରୋ: ଆଜି ଷୋଡଶ ବିଧାନସଭା ପଞ୍ଚଦଶ ଅଧିବେଶନର ଚତୁର୍ଥ ଦିନ । କାମଚଳା ବଜେଟ ଆଗତ କରିବେ ଅର୍ଥ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।  ଅଳ୍ପ ଦିନ ପରେ ସାଧାରଣ ନିର୍ବାଚନ ଥିବାରୁ ବଜେଟରେ କିଛି ବଡ଼ ଘୋଷଣା କରିପାରନ୍ତି ରାଜ୍ୟ ସରକାର । ନବୀନଙ୍କ ପଞ୍ଚମ ପାଳିର ଶେଷ ଅଧିବେଶନ ହୋଇଥିବାରୁ ଆଜି ବି ବେଶ ସରଗରମ ରହିପାରେ ଗୃହ ।

ଏହାସହ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, ଯୋଜନା ଓ ସଂଯୋଜନା, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, କ୍ରୀଡା ଓ ଯୁବ କଲ୍ୟାଣ, ବାଣିଜ୍ୟ, ପରିବହନ, ଆଇନ, ଜଳ ସମ୍ପଦ ବିଭାଗର ପ୍ରଶ୍ନୋତ୍ତର ଉପରେ ହେବ ଆଲୋଚନା । ଅପରାହ୍ନ 4ଟା 20ରେ  ବିଧାନସଭା ପରିସରରେ ହେବ ସମସ୍ତ ବିଧାୟକଙ୍କ ଗ୍ରୁପ ଫଟୋ ସେଶନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021