ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଓଡ଼ିଶା ଗସ୍ତର ଦ୍ୱିତୀୟ ଦିନ
by Argus News
Sat, Jul 06 | 7:31 a.m.

ଅର୍ଗସ ବ୍ୟୁରୋ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ଓଡ଼ିଶା ଗସ୍ତର ଦ୍ବିତୀୟ ଦିନ। ବିଭିନ୍ନ ଶକ୍ତିପୀଠକୁ ଦର୍ଶନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଆଜି ଅନୁଗୋଳ ବୁଢୀ ଠାକୁରାଣୀ ,କନକ ଦୁର୍ଗା,ଛେଣ୍ଡିପଦାର ମା ଡାକେଶ୍ବରୀ ,ପାତ୍ରପଡ଼ାର ମା ବାୟାଣୀ ,ତାଳଚେରର ମା ହିଙ୍ଗୁଳାଙ୍କ ପୀଠକୁ ଯିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଏହାପରେ ସଂଧ୍ୟାରେ ଭୁବନେଶ୍ବର ଜୟଦେବ ଭବନରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ 96ତମ ଶ୍ରାଦ୍ଧ ବାର୍ଷିକୀ କାର୍ଯ୍ୟକ୍ରମରେ ସାମିଲ୍ ହେବେ। ରାତିରେ ପୁରୀ ଗସ୍ତ କରି ରାତ୍ରୀଯାପନ କରିବେ କେନ୍ଦ୍ରମନ୍ତ୍ରୀ। 

ରାତି ପାହିଲେ ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ତେବେ ଆଜି ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ। ୩ ରଥର ପୂଜାପଣ୍ତା ସାମନ୍ତଙ୍କ ଦ୍ୱାରା ରଥ ଆଜ୍ଞାମାଳ ବିଜେ ପରେ ଆରମ୍ଭ ହେବ ରଥଟଣା। ରଥଖଳାରୁ ସିଂହଦ୍ୱାରକୁ ପୋଲିସ ଅଧିକାରୀ ଓ ଭକ୍ତମାନେ ଟାଣି ନେଇଯିବେ ତିନିରଥକୁ। ରଥଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା