ସାଧାରଣ ନିର୍ବାଚନର ଆଜି ହେଉଛି ତୃତୀୟ ପର୍ଯ୍ୟାୟ
by Argus News
Tue, May 07 | 7:35 a.m.

ଅର୍ଗସ ବ୍ୟୁରୋ:  ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଭାରତର ମହାପର୍ବ ସାଧାରଣ ନିର୍ବାଚନର ଆଜି ହେଉଛି ତୃତୀୟ ପର୍ଯ୍ୟାୟ । ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ । ମୋଟ୍ 12 ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ 94 ସିଟ୍ ପାଇଁ ହେଉଛି ଭୋଟିଂ । ଯାହା ମଧ୍ୟରେ ରହିଛି ଆସାମର ୪, ବିହାରର ୫, ଛତିଶଗଡ଼ର ୭, ଗୋଆର ୨, କର୍ଣ୍ଣାଟକର ୧୪,  ମଧ୍ୟପ୍ରଦେଶର ୯, ମହାରାଷ୍ଟ୍ରର ୧୧, ଉତ୍ତର ପ୍ରଦେଶର ୧୦, ପଶ୍ଚିମବଙ୍ଗର ୪, ଜମ୍ମୁ-କାଶ୍ମୀରର ୧, ଦାଦ୍ରା ନଗର ହାଭେଳି-ଡାମନ ଡିଉର ଗୋଟିଏ ଲେଖାଏଁ ଆସନ । ସେହିପରି ଗୁଜରାଟର ସମସ୍ତ ୨୬ଟି ଯାକ ଆସନରେ ଆସନରେ ବି ଆଜି ପଡ଼ିଥାନ୍ତା ଭୋଟ୍।

ମାତ୍ର ସୁରତରେ ବିରୋଧୀ ପ୍ରାର୍ଥୀ ନଥିବାରୁ ବିଜେପି ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଇଥିବାରୁ ଏହି ଆସନକୁ ଛାଡ଼ି ଅନ୍ୟ ୨୫ଟି ଆସନରେ ଭୋଟିଂ ହେଉଛି। ସକାଳ ୭ଟାରୁ ସଂଧ୍ୟା 5ଟା ଯାଏଁ ଚାଲିବ ମତଦାନ। କେତେକ ସ୍ଥାନରେ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟିଂ। ସେପଟେ ୯୪ ଆସନରେ 1331 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍