ଆଜି ହେଉଛି ବିଶ୍ବ ପ୍ରେସ ସ୍ବାଧୀନତା ଦିବସ
by Argus News
Fri, May 03 | 9:33 a.m.

ଅର୍ଗସ ବ୍ୟୁରୋ: ପ୍ରତିବର୍ଷ ମେ' ମାସ ୩ ତାରିଖରେ ପାଳିତ ହୁଏ ବିଶ୍ବ ପ୍ରେସ ସ୍ବାଧୀନତା ଦିବସ। ଜାତିସଂଘ ସାଧାରଣ ସଭା ୧୯୯୩ ମସିହାରେ ଆଜିର ଦିନକୁ ପ୍ରେସ ସ୍ବାଧୀନତା ଦିବସ ଭାବେ ପାଳନ ନିମନ୍ତେ ଘୋଷଣା କରାଯାଇଥିଲା। ଚଳିତବର୍ଷ ଏହି ଦିବସର ବିଷୟ ରହିଛି `ଗ୍ରହ ପାଇଁ ପ୍ରେସ': ପରିବେଶ ସଙ୍କଟ ସାମ୍ନାରେ ସାମ୍ବାଦିକତା।  ବାକ ସ୍ବାଧୀନତା ଅଧିକାରର ରକ୍ଷା ଓ ସମ୍ମାନ ସରକାରଙ୍କ କର୍ତ୍ତବ୍ୟ। ଏହି କଥା ମନେ ପକାଇବା ଉଦ୍ଦେଶ୍ୟରେ ପ୍ରତିବର୍ଷ ସ୍ବାଧୀତା ଦିବସ ପାଳିତ ହେଉଛି। 

ଗଣତନ୍ତ୍ରର ମୂଲ୍ୟବୋଧକୁ ରକ୍ଷା କରିବାରେ ଗଣମାଧ୍ୟମ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରେ। ତେଣୁ ସାମ୍ବାଦିକଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ସରକାରଙ୍କ କର୍ତ୍ତବ୍ୟ। ସାମ୍ବାଦିକତା କ୍ଷେତ୍ରରେ ମହତ୍ତ୍ବପୂର୍ଣ୍ଣ ଯୋଗଦାନ ଦେଇଥିବା। ବ୍ୟକ୍ତିଙ୍କୁ ଏ ଅବସରରେ ସମ୍ମାନିତ କରାଯାଏ। ସ୍କୁଲ, କଲେଜ, ସରକାରୀ ସଂସ୍ଥା ଓ ଅନ୍ୟ ଶୈକ୍ଷିକ ଅନୁଷ୍ଠାନରେ ପ୍ରେସ ସ୍ବାଧୀନତା ଉପରେ ବତ୍କୃତା, ନିବନ୍ଧ ଓ କ୍ବିଜ ପ୍ରତିଯୋଗିତା ଆୟୋଜିତ ହୁଏ। ଲୋକଙ୍କୁ ବାକ ସ୍ବାଧୀନତା ସମ୍ପର୍କରେ ବୁଝାଏ।

ଅଧିକ ପଢ଼ନ୍ତୁ ଭାରତ ଖବର 
 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ