ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ  
by Argus News
Thu, Feb 29 | 7:20 a.m.

ପୁରୀ:   ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଉପସ୍ଥାପିତ ହେବ ରତ୍ନଭଣ୍ଡାର ବାହାର କାନ୍ଥ ଓ ଚୂଳ ଉପର ଲେଜର ସ୍କାନିଂ ରିପୋର୍ଟ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ରିପୋର୍ଟ ନେଇ ବୈଠକରେ ତର୍ଜମା ହେବାପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ଏହି ବୈଠକ ପରେ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ଓ ଲେଜର ସ୍କାନିଂକୁ ନେଇ ଲାଗି ରହିଥିବା ସସପେନ୍ସ ଦୂର ହେବା ସମ୍ଭାବନା ରହିଛି ।

ଏହାସହ ଆଜିର ବୈଠକରେ ଚଳିତ ମାସ 19 ତାରିଖ ଓ ଏହାପୂର୍ବରୁ ହୋଇଥିବା ସବ-କମିଟି ବୈଠକର ବିବରଣୀ ଅନୁମୋଦନ ହେବ । ବୈଠକରେ ଶ୍ରୀଜଗନ୍ନାଥ ମନ୍ଦିର ନୂତନ କାର୍ଯ୍ୟାଳୟ, ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର, ସାଂସ୍କୃତିକ କେନ୍ଦ୍ର ନିର୍ମାଣ, ଶ୍ରୀମନ୍ଦିର ନାଟମଣ୍ଡପ ସଂରକ୍ଷଣ, ଶ୍ରୀମନ୍ଦିର ଆଲୋକୀକରଣ, ପ୍ରମୋଦ ଉଦ୍ୟାନ ଉନ୍ନତିକରଣ ଆଦି ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବା ସହ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ।

 ଅଧିକ ପଢନ୍ତୁ  ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ