ଆଜି ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ମୋଦି 
by Argus News
Sat, Feb 24 | 7:50 a.m.

ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତଭୁକ୍ତ । ପ୍ରଧାନମନ୍ତ୍ରୀ ଏନ୍‌ଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଏବଂ ଛତିଶଗଡ଼ର ରାୟଗଡ଼ା ଜିଲ୍ଲାରେ ଏନଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପର ଶିଳାନ୍ୟାସ କରିବେ । 

ଷ୍ଟେସନର ପ୍ରଥମ ପର୍ଯ୍ୟାୟ ପ୍ରାୟ ୧୫,୮୦୦ କୋଟି ଟଙ୍କା ବିନିଯୋଗରେ ନିର୍ମିତ ହୋଇଥିବା ବେଳେ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟଟି ପ୍ରଥମ ପର୍ଯ୍ୟାୟ ପରିସରର ଉପଲବ୍ଧ ଜମିରେ ନିର୍ମାଣ ହେବ, ଯାହା ଫଳରେ ସମ୍ପ୍ରସାରଣ ପାଇଁ କୌଣସି ଅତିରିକ୍ତ ଜମିର ଆବଶ୍ୟକତା ପଡିବ ନାହିଁ ଏବଂ ଏଥିପାଇଁ ୧୫,୫୩୦ କୋଟି ଟଙ୍କା ବିନିଯୋଗ ହେବ । ଏହାସହ ଏହି ଅଞ୍ଚଳରେ ନବୀକରଣୀୟ ଶକ୍ତି ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ରାଜନାନ୍ଦଗାଓଁ ଠାରେ ପ୍ରାୟ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୌର ପିଭି ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପ ବାର୍ଷିକ ଆନୁମାନିକ ୨୪୩.୫୩ ନିୟୁତ ୟୁନିଟ୍ ବିଦ୍ୟୁତ୍ ଉତ୍ପାଦନ କରିବେ। ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଳାସପୁର – ଉସଲାପୁର ଫ୍ଲାଏଓଭରକୁ ଲୋକାର୍ପିତ କରିବେ । ଏହା ଦ୍ୱାରା ବିଳାସପୁରରେ ପ୍ରବଳ ଟ୍ରାଫିକ୍ ସମସ୍ୟା କମିବ ଏବଂ କଟନୀ ଆଡ଼କୁ ଯାଉଥିବା କୋଇଲା ଟ୍ରାଫିକ୍ କମ୍ ହେବ । ପ୍ରଧାନମନ୍ତ୍ରୀ ଭିଲାଇରେ ୫୦ ମେଗାୱାଟ ସୌର ଶକ୍ତି ପ୍ଲାଣ୍ଟକୁ ଲୋକାର୍ପଣ କରିବେ । ଚଳନ୍ତା ଟ୍ରେନରେ ସୌର ଶକ୍ତିର ଉପଯୋଗରେ ଏହା ସହାୟକ ହେବ । 

ଅଧିକ ପଢନ୍ତୁ  ଭାରତ ଖବର 

ମାଓ ପ୍ରବଣ ଅଞ୍ଚଳରେ
29m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ