ଆଜି ପବିତ୍ର ମାଘ ପୂର୍ଣ୍ଣିମାରେ  ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ  
by Argus News
Sat, Feb 24 | 8:35 a.m.

ପୁରୀ:  ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ।  

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ତେବେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି। 

ଅଧିକ ପଢନ୍ତୁ ଓଡିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ