ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ  
by Argus News
Thu, Aug 29 | 7:40 a.m.

 ପୁରୀ:  ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ | ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା | ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ  ବେଶ ହୋଇଥିଲେ | କିନ୍ତୁ ଆଜି  ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ  ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ  ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ ।

 ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ | ସେଠାରେ  ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ | ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ବାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ  । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ