ଆଜିର ରାଶିଫଳ: ସତର୍କ ରୁହନ୍ତୁ ଏହି ରାଶି
by Argus News
Tue, Mar 12 | 8:33 a.m.

ଅର୍ଗସ ବ୍ୟୁରୋ: କେମିତି କଟିବ ଆଜି ଆପଣଙ୍କ ଦିନ। ଜାଣନ୍ତୁ କର କହୁଛି ଆପଣଙ୍କ ରାଶିଫଳ।
ମେଷ-
ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ । କର୍ମ କ୍ଷେତ୍ରରେ ଉତ୍ସାହଜନକ ରହିବ । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣ ତଥା ବ୍ୟବସାୟ ଭିତିକ କାମ ଗୁଡିକ ସୁରୁଖୁରୁରେ ହୋଇଯିବ । ଆନୁଷ୍ଠାନିକ କାମରେ ଭଲ ପରାମର୍ଶ ଦେଇ ପ୍ରିୟପାତ୍ର ହୋଇପାରିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ
ବୃଷ- 
ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହଯୋଗ ମନୋବଳକୁ ବଢେଇ ଦେବ । କୋର୍ଟକଚେରୀରେ ମନ୍ଥରତା ଲାଗିରହିବ । ମହିଳା ମାନେ ନିଜ ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସମ୍ପର୍କ ସ୍ଥାପନ ହେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କ ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ମାଲିମକଦ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ସହ ଯାତାୟତ କରିବା ଉଚିତ୍ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କର୍କଟ-
ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ  ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ 
ସିଂହ-
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ। ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 
କନ୍ୟା-
ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ ।  ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ। ଆପଣ ନିଜ କଥାରେ  ଅନ୍ୟ ମାନଙ୍କ ମନ ମୋହିବେ । ଇଚ୍ଛା ନ ଥିଲେ ସୁଦ୍ଧା ହଠାତ୍ ଦୂରକୁ ଯିବାକୁ ପଡ଼ିପାରେ। ଅବଶ୍ୟ କର୍ମକ୍ଷେତ୍ରର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ। 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କ ପୂଜାର୍ଚ୍ଚନା କରନ୍ତୁ 
ତୁଳା-
ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । ମନ ଚାହୁଁ ନଥିବା କେତେକ ପରିସ୍ଥିତିର ସମ୍ମୁଖୀନ ହେବା କାରଣରୁ ଧୈର୍ଯ୍ୟଚ୍ୟୁତି ଘଟିପାରେ। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମ ଫଟୋକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ । ମହିଳା ଛାତ୍ରୀ ମାନେ ପୁରସ୍କୃତ ହୋଇପାରନ୍ତି ।
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ମୂଲ୍ୟବାନ ଜିନିଷ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ
ମକର-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ରାଜନିତି କ୍ଷେତ୍ରରେ କୌଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ । ଦୂର  ସ୍ଥାନକୁ ଯାତ୍ରା କରିବେ । ନିଜ ପରିଶ୍ରମର ସଫଳତା ପାଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ । ପ୍ରେମିକା,ପ୍ରେମିକ ମାନଙ୍କୁ ଆଶାଜନକ ଫଳ ପ୍ରାପ୍ତି ହେବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ 
ମୀନ-
ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେବା ସକାଶେ ଆଦୃତ୍ତ ହୋଇପାରନ୍ତି । ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କର ମନ୍ତ୍ର ପାଠ କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 

ମତଦାନ
7m ago
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
17m ago
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର
ଆଗାମୀ ୫ ଦିନ ରାଜ୍ୟରେ
33m ago
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖର