ଦିନଟି ଆପଣଙ୍କର କିପରି କଟିବ, ଜାଣନ୍ତୁ
by Argus News
Mon, Nov 13 | 9:40 a.m.

ମେଷ-

ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁବବ କରିବେ । ରାଜନୀତିରେ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ  ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି  ହେବେ । ଜମିବାଡି ବିବାଦ ଜଟିଳ ହୋଇପାରେ । 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-

ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନ  ନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ 

ମିଥୁନ-

ସନ୍ତାନ ମଧ୍ୟରେ ବ୍ୟକ୍ତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ । ରାଜନୀତିରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିବା ସହ ଅସ୍ଥିରତା ସୃଷ୍ଟି କରିବ । କ୍ୟାରିୟର ଓ ଶିକ୍ଷା କ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

କର୍କଟ-

ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ । ଚାକିରୀରେ ଯୋଗ୍ୟତା ଅନୁସାରେ କୌଣସି ଉଚ୍ଚ ପଦବୀ ମିଳିପାରେ । ସତକଥା କହିବାକୁ ଯାଇ ଅନ୍ୟ ଆଗରେ ଦୋଷି ହୋଇଯାଆନ୍ତି । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- କିଛି ମିଠା ଖାଇ ଘରୁ ବାହାରନ୍ତୁ

ସିଂହ-

ସାମୟିକ ମୁଣ୍ଡ ଓ ପେଟରେ କଷ୍ଟ ପାଇପାରନ୍ତି । ଅଯଥା ବିରକ୍ତି ନ ହୋଇ ପିଲାମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ବିଚାର କରନ୍ତୁ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଭୂ-ସମ୍ପତି ଭାଗ ହୋଇପାରେ । ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
କନ୍ୟା-
ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ମାର୍କେଟଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ରାଜନେତାଙ୍କ ସାମାଜିକ ସ୍ତର ବଢିବ । କୋର୍ଟକଚେରୀ ମାମଲାକୁ ନେଇ ଚିନ୍ତାରେ ରହିପାରନ୍ତି । 
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ତୁଳା-

ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-

ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଧନୁ-

ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତା ମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ମକର-

ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୌଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ । ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । 
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ 

କୁମ୍ଭ-

ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-

କର୍ତୁପକ୍ଷ ଆପଣଙ୍କ ଦରମାକୁ ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ପାରନ୍ତି । ବନ୍ଧୁ ମାନଙ୍କ  ସହିତ ସମୟ ଅତିବାହିତ କରିବେ ।  ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ରାଶିଫଳ ବିଷୟରେ ଅଧିକ ଜାଣନ୍ତୁ 

ଆଜିଠାରୁ ଏକମାସ
18m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
40m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
42m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି