ଗୋରେଖନାଥଙ୍କ ଜନ୍ମ ବାର୍ଷିକତ୍ସୋବ, ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା
by Argus News
Thu, Feb 22 | 6:07 p.m.

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକର କେରକେରା ସ୍ଥିତ ବିଭୂତି କ୍ଷେତ୍ର ବାବା ଗୋରେଖନାଥଙ୍କ ପୀଠରେ ଆସନ୍ତାକାଲି ପ୍ରଭୁ ଗୋରେଖନାଥଙ୍କ ଜନ୍ମ ବାର୍ଷିକ ଉତ୍ସବ ପାଳିତ ହେବ । ଏଥିପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସକାଳ ୫ ଟାରେ ପହୁଡ ଖୋଲାଯିବା ପରେ ସ୍ନାନ, ମଙ୍ଗଳ ଆଳତୀ ,ଭୋଗ ଲାଗି କରାଯିବ । 

ଏହା ସହିତ ହୋମ ଯଜ୍ଞ କରାଯାଇ ଆହୁତି ପ୍ରଦାନ କରାଯିବ । ଶ୍ରଦ୍ଧାଳୁମାନେ କିଭଳି ସୁରୁଖୁରୁରେ ବାବା ଗୋରେଖନାଥଙ୍କୁ ଦର୍ଶନ କରିପାରିବେ ସେଥିପାଇଁ ମନ୍ଦିର ପ୍ରଶାସନ‌ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଶ୍ରଦ୍ଧାଳୁମାନଙ୍କ ପାଇଁ ମଧ୍ୟାହ୍ନରେ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି । 

ଭିଡ଼କୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡାକଡି କରାଯାଇଛି । ମନ୍ଦିରର ଦୁଇ ଶହ ମିଟର ଦୂରରେ ଗାଡ଼ି ପାର୍କିଂ କରିବା ସହିତ ମନ୍ଦିର ଭିତରକୁ ବେଢ଼ା ବାହାରେ ବିକ୍ରୀ ହେଉଥିବା ଭୋଗ, ଦୀପ ଓ ପୂଜା ସାମଗ୍ରୀକୁ ମନ୍ଦିର ଭିତରକୁ ବାରଣ କରାଯାଇଛି । ଶ୍ରଦ୍ଧାଳୁ ମାନଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ଼ର ମଧ୍ୟ ବ୍ୟବସ୍ଥା କରାଯାଇଛି ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ