ପର୍ଯ୍ୟଟକଙ୍କୁ ୨୩ ସୁଦ୍ଧା ପୁରୀ ଛାଡିବାକୁ ନିର୍ଦ୍ଦେଶ: ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି
by Argus News
Mon, Oct 21 | 7:19 p.m.

ଅର୍ଗସ ବ୍ୟୁରୋ:  ପର୍ଯ୍ୟଟକଙ୍କୁ ୨୩ ସୁଦ୍ଧା ପୁରୀ ଛାଡିବାକୁ ନିର୍ଦ୍ଦେଶ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ଭ୍ରମଣରେ ଯାଇଥିବା ପର୍ଯ୍ୟଟକଙ୍କୁ ପୁରୀ ଛାଡିବାକୁ ନିର୍ଦ୍ଦେଶ । ଆସନ୍ତା ୨୩ ତାରିଖ ସୁଦ୍ଧା ପୁରୀ ଛାଡିବାକୁ ନିର୍ଦ୍ଦେଶ । ସହରରେ ଥିବା ହବିଷ୍ୟାଳିଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ବ୍ୟବସ୍ଥା । ସତ ହେଲା ଆକଳନ, ବାତ୍ୟାର ରୂପ ନେବ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାର ରୂପ ନେଇ ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ମାଡ଼ ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଣିପାଗ ବିଭାଗର ପୂର୍ବାନୁମାନ ଓଡ଼ିଶାବାସୀଙ୍କ ମଧ୍ୟରେ ଆତଙ୍କ ଖେଳାଇ ଦେଇଛି । ଖାସ କରି ପୁଣି ସେହି ଅକ୍ଟୋବର ମାସରେ ବାତ୍ୟା ଆସୁଥିବାରୁ ଏବେ ଅଧିକ ଚିନ୍ତା ବଢିଛି ।

୨୩ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବାତ୍ୟା, ୨୪ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ନିକଟ ସମୁଦ୍ରକୁ ଆସିବ । ତେଣୁ ୨୪ ଓ ୨୫ ଓଡ଼ିଶା ପାଇଁ ବଡ଼ ଗୁରୁତ୍ଵପୂର୍ଣ୍ଣ । ବାତ୍ୟା ସମୟରେ ପବନର ବେଗ ୧୨୦ କି.ମି ରହିପାରେ । ୨୪ରୁ ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ