ଟ୍ୱିନ ସିଟିରେ 2 ରୁ 3 ପ୍ରତିଶତ ହ୍ରାସ ପାଉଛି ରାତିର ତାପମାତ୍ରା
by Argus News
Mon, Dec 11 | 6:56 p.m.

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଶୁଖିଲା ପାଗ ଥିବାବେଳେ ଧୀରେ ଧୀରେ ଶୀତର ଅନୁଭୂତି ହେଲାଣି । ରାଜ୍ୟରେ ସ୍ୱାଭାବିକ ଠାରୁ ୨ ରୁ ୩ ପ୍ରତିଶତ ତାପମାତ୍ରା ଅନେକ ସ୍ଥାନରେ ହ୍ରାସ ପାଇଥିବାବେଳେ ଧୀରେ ଧୀରେ ଶୀତର ପ୍ରଭାବ ଦେଖିବାକୁ ମିଳିଛି । କଟକ ଭୁବନେଶ୍ୱରରେ ଶୀତର ଅନୁଭୂତ ହେଉଥିବାବେଳେ ଆଗାମୀ ୨୪ ଘଣ୍ଟାରେ  ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ କୁହୁଡି ପଡ଼ିବାର ସମ୍ଭାବନ ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । 

ବିଶେଷ କରି ଦକ୍ଷିଣ ଓଡ଼ିଶାର କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବର୍ତ୍ତମାନ ରାଜ୍ୟରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବା ବେଳେ ଆଗାମୀ ୫ ଦିନ ମଧ୍ୟରେ  ତାପମାତ୍ରାରେ ସେଭଳି କିଛି ପରିବର୍ତ୍ତନ ହେବାର ନାହିଁ । 

ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲା ଛାଡିଦେଲେ ବାକି ସବୁ ଜିଲ୍ଲାରେ ସ୍ୱାଭାବିକ ତାପମାତ୍ରା ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ତେଣୁ ବର୍ତ୍ତମାନ ସମୟରେ ରାଜ୍ୟରେ ଶୀତର ଅନୁଭବ ଅଧିକ ହେବାର ସମ୍ଭାବନା ନଥିବା  ଆକଳନ କରିଛି ପାଣିପାଗ ବିଭାଗ  । 

ସେପଟେ ଗତ ୨୪ ରାଜ୍ୟରେ ସବୁ ସ୍ଥାନରେ ଶୁଖିଲା ପାଗ ରହିଥିବାବେଳେ କେତେକ ସ୍ଥାନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଥିଲା । ତେଣୁ କେତେକ ସ୍ଥାନରେ ଶୀତର ପ୍ରକୋପ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା  କେନ୍ଦୁଝର ୯.୮ ରେକର୍ଡ ହୋଇଛି । ଫୁଲବାଣୀ ଓ ଟିଟିଲାଗଡରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଥିଲା । 

ସେହିପରି ସର୍ବନିମ୍ନ ତାପମାତ୍ରା ଦାରିଙ୍ଗିବାଡ଼ି ୧୦.୫ ରାଉଲକେଲା ୧୦.୯  ଫୁଲବାଣୀ ୧୧.୦ କୋରାପୁଟ ଓ ନବରଙ୍ଗପୁର ୧୧.୪ ତାପମାତ୍ରା ରେକର୍ଡ ହୋଇଛି ।

ଆହୁରି ପଢନ୍ତୁ ପାଣିପାଗ ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ