ବଜ୍ରପାତରେ ଚାଲିଗଲା ଦୁଇ ମହିଳାଙ୍କ ଜୀବନ
by Argus News
Sun, Oct 20 | 3:40 p.m.

ଅର୍ଗସ ବ୍ୟୁରୋ: ପୁରୀ ଜିଲ୍ଲା ଗୋପ ବ୍ଲକ ଅଧିନ ଏରବଙ୍ଗ ପଞ୍ଚାୟତ ଡିହସାହି ଗ୍ରାମରେ ଅଘଟଣ। ଜେଜେ ମା' ଦଶତୁଠ କୁ ଶୁଦ୍ଧି ହେବାକୁ ଯାଇଥିବା ସମୟରେ ବଜ୍ରପାତରେ ଚାଲିଗଲା ନାତୁଣୀ ଜୀବନ। ମୃତ ମହିଳା ଜଣଙ୍କ ହେଉଛନ୍ତି ସରସ୍ୱତୀ ସ୍ୱାଇଁ(୧୮)।

ସେହିପରି ଆଉ ଜଣେ ମହିଳା ସେହି ଗ୍ରାମର ରିନା ଭୋଇ ଛେଳି ଚରାଉଥିବା ସମୟରେ ମଧ୍ୟ ବଜ୍ରପାତରେ ଜୀବନ ଯାଇଥିବା ସୂଚନା ମିଳିଛି। ଦୁଇଜଣ ମହିଳାଙ୍କୁ ଗ୍ରାମବାସୀଙ୍କ ସହାୟତାରେ ଗୋପ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ତେବେ ଏହିଭଳି ଏକ ଅଘଟଣ ଘଟିବା ପରେ ସମଗ୍ର ପଞ୍ଚାୟତରେ ଶୋକର ଛାୟା ଖେଳିଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍
ରାଜସ୍ୱ ବିଭାଗ
ରାଜସ୍ୱ ବିଭାଗ ଅଧିକାରୀ ଅବହେଳା କଲେ ହେବ କଡ଼ା ଆକ୍ସନ
ଅର୍ଗସ ବ୍ୟୁରୋ: ଆଉ ଚଳିବନି ଅଫିସରଙ୍କ ମନମାନି। ନିର୍ଦ୍ଦିଷ୍ଟ ସମୟ ଭିତରେ ଲୋକଙ୍କୁ ସେବା ଯୋଗାଇବାକୁ ବାଧ୍ୟ ସରକାରୀ ଅଧିକାରୀ। ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜସ୍ବ ବିଭାଗ। ବିଭା