ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ଧର୍ମେନ୍ଦ୍ର ପ୍ରଧାନ
by Argus News
Mon, Dec 25 | 10:01 a.m.

ଅର୍ଗସ ବ୍ୟୁରୋ: ଢେଙ୍କାନାଳ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜବାହର ନବୋଦୟ ବିଦ୍ୟାଳୟରେ ବିଭିନ୍ନ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏଥି ସହ ଫୁଟବଲ୍ ଫର୍ ସ୍କୁଲ୍ କାର୍ଯ୍ୟକ୍ରମରେ ସାମିଲ ହେବେ। ସାରଙ୍ଗ ଏବଂ ପରଜଙ୍ଗ ବ୍ଲକର ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।  ଏଥି ସହ ଅପରାହ୍ନରେ ପରଜଙ୍ଗ ବ୍ଲକରେ ଅନୁଷ୍ଠିତ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ମଧ୍ୟ ଯୋଗଦେବେ। ରବିବାର ଅନୁଗୁଳ କାଙ୍ଗୁଳାବେନ୍ତପୁରରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ `ପଞ୍ଚପଣ'ର ଶପଥପାଠ କରାଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

2047 ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ର ଭାବେ ଗଢ଼ି ତୋଳିବାକୁ ଶପଥ କରାଇଛନ୍ତି କେନ୍ଦ୍ରମନ୍ତ୍ରୀ । ସେ କହିଛନ୍ତି, ଦେଶ ପ୍ରତି ନିଜର ଦାୟିତ୍ଵକୁ ନିଷ୍ଠାର ସହ ପାଳିବାକୁ ସଂକଳ୍ପବଦ୍ଧ ହୁଅ । ଦେଶର ସଂସ୍କୃତି, ଐତିହ୍ୟକୁ ନେଇ ଗର୍ବ କରିବାକୁ ପ୍ରତିଶ୍ରୁତିବଦ୍ଧ ହୁଅ । ଗୁଲାମୀ ମାନସିକତାରୁ ବାହାରି ସ୍ଵାଧୀନଚେତା ହୋଇ ଆଗକୁ ବଢ଼ିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ