ସ୍ଥିର ହେଲା ତିଥି, ଏହି ଦିନ ଖୋଲିବ ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଧାମର କବାଟ
by Argus News
Thu, May 09 | 7:58 a.m.

ଅର୍ଗସ ବ୍ୟୁରୋ : ଚାରି ଧାମ ଯାତ୍ରା ପାଇଁ ଆସିଲା ବଡ଼ ଖବର । ତ୍ତରାଖଣ୍ଡର ଅର୍ଥାତ୍ ଗଙ୍ଗୋତ୍ରୀ, ଯମୁନୋତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଧାମର ଯାତ୍ରାର ଦ୍ୱାର ଖୋଲିବାର ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ୧୦ ତାରିଖରୁ ତୀର୍ଥ ଯାତ୍ରା ଆରମ୍ଭ ହେଉଥିବାବେଳେ ଆଜିଠାରୁ ଶ୍ରଦ୍ଧାଳୁ ଅଫଲାଇନ ଓ ଅନଲାଇନ ପଞ୍ଜିକରଣ କରିପାରିବେ । ବଦ୍ରିନାଥ, କେଦାରନାଥ, ଗଙ୍ଗୋତ୍ରୀ ଓ ଜମୁନୋତ୍ରୀ ତୀର୍ଥ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିବାବେଳେ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁସମସ୍ତ ବ୍ୟବସ୍ଥା କରାଯାଇଛି । 

ଅଧିକ ପଢନ୍ତୁ : ୧୨ରେ ଖୋଲିବ ବଦ୍ରିନାଥ ଧାମ ଦ୍ୱାର

ଶ୍ରଦ୍ଧାଳୁଙ୍କ ସୁରକ୍ଷା ସହ ପାଣିପାଗକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ । ଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ଯେପରି କୌଣସି ସମସ୍ୟା ନହୁଏ ସେଥିପାଇଁ ଡେରାଡୁନ ଓ ହରିଦ୍ବାରରେ ସିଙ୍ଗଲ ୱିଣ୍ଡୋ ସଲ୍ୟୁସନ୍ସ କେନ୍ଦ୍ର ସ୍ଥାପନ ହୋଇଛି । କେଦାରନାଥ, ଗଙ୍ଗୋତ୍ରୀ ଓ ଯମୁନୋତ୍ତରୀ ୧୦ ତାରିଖରୁ ଖୋଲୁଥିବାବେଳେ ଆସନ୍ତା ୧୨ ତାରିଖରେ ଖୋଲିବ ବଦ୍ରିନାଥ କବାଟ ।  
 

MODI
10m ago
ଅନୁଗୁଳ ସଭାରୁ ଫେରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : କଟକରେ ପହଞ୍ଚିଲେ ମୋଦି । ଅନୁଗୁଳରେ ସାଧରଣସଭା ଶେଷ କରି କଟକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସକାଳେ ପୁରୀରେ ରୋଡ଼ ଶେଷ କରି ଅନୁଗୁଳ ଗସ୍ତ କରିଥିଲେ
PM MODI
51m ago
'ଓଡିଶାରେ ଗୋଟିଏ ନାରା...ପ୍ରଥମ ଥର ହେବ ଡବଲ ଇଞ୍ଜିନ ସରକାର'
ଅନୁଗୁଳ: ଅନୁଗୁଳରେ ନିର୍ବାଚନୀ ସଭା ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଓଡିଶା କଳାର ଧାମ୍ ...ପ୍ରତି ଘରେ କଳା ରହିଛି । ମହିମା ଗୋଷେଇଁ, ଭୀମ ଭୋଇଙ୍କ ସ୍ମୃତିକୁ ମନେପକାଇଲେ ମୋଦ
PM
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ