ଦିନକ ପରେ ଓଡିଶାରେ ଭୋଟିଂ, ଏଥିପାଇଁ ବୁଥ ଅଭିମୁଖେ ପୋଲିଂ ପାର୍ଟି
by Argus News
Sat, May 11 | 1:17 p.m.

ଅର୍ଗସ ବ୍ୟୁରୋ: ଦିନକ ପରେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ଭୋଟିଂ । ଏଥିପାଇଁ ବୁଥ ଅଭିମୁଖେ ପୋଲିଂ ପାର୍ଟି । ନୂଆପଡାରେ , ସାଧାରଣ ନିର୍ବାଚନକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି। ପୋଲିଂ ପାର୍ଟି ମାନେ ଏବେ ଇଭିଏମ୍ ଧରି ବୁଥ ଅଭିମୁଖେ ବାହାରିଛନ୍ତି ।ଜିଲ୍ଲାର 604 ଗୋଟି ବୁଥ ପାଇଁ ସମସ୍ତ ବ୍ୟବସ୍ଥା କରିବା ସହ ସମ୍ବେଦନଶୀଳ ବୁଥ ମାନଙ୍କରେ ନିର୍ବାଚନ ତୁଲାଇବା ପାଇଁ ସ୍ବତନ୍ତ୍ର ନଜର ଦିଆଯାଇଛି ।

ସେହିପରି ମହିଳା ମାନଙ୍କ ପାଇଁ ସଖୀ ବୁଥ କରାଯାଇଥିବା କହିଛନ୍ତି ନୂଆପଡ଼ା ଜିଲ୍ଲାପାଳ ହେମକାନ୍ତ ସୟ । ଆସନ୍ତା 13 ତାରିଖରେ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ । ନୂଆପଡ଼ା ଜିଲ୍ଲାର ଦୁଇ ଗୋଟି ନିର୍ବାଚନ ମଣ୍ଡଳୀ ଖଡ଼ିଆଳ ଏବଂ ନୂଆପଡ଼ା ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି । ମାଓ ପ୍ରବଣ ଅଞ୍ଚଳ ପାଇଁ ହେଲିକପ୍ଟର ଯୋଗେ ପୋଲିଂ ପାର୍ଟି ଯିବା ପାଇଁ ବ୍ୟବସ୍ଥା ହୋଇଛି ।।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା