ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
by Argus News
Sat, May 18 | 11:25 a.m.

ବାଲେଶ୍ୱର:  ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟି ଧରି ତେନ୍ତୁଳାପଡା ଠାରେ ରାସ୍ତାରୋକ କରିଛନ୍ତି । ଗାଁରେ ଦୀର୍ଘଦିନ ଧରି ପାନୀୟ ଜଳର ଅଭାବ ଲାଗି ରହିଥିବା ଅଭିଯୋଗ ହୋଇଛି । ଅନ୍ୟପଟେ ନୀଳଗିରି ଝରଣଘାଟୀ ୧୯ ନଂ ରାଜ୍ୟ ରାଜପଥର କଳାକାଦ ଛକରେ ଗରା ବାଲ୍ଟି ଧରି ରାସ୍ତାରେ ଧାରଣା ଦେଲେ ମହିଳା । 

ବସୁଧା ଯୋଜନାରେ ପାଣି ଆସୁନଥିବାବେଳେ ସମସ୍ତ ନଳକୂପ ମଧ୍ୟ ଅଚଳ ହୋଇ ପଡିରହିଛି । ଉପରିସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇବା ପରେ କୌଣସି ଫଳପ୍ରଦ ନହେବାରୁ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ଗ୍ରାମବାସୀ । ଗରା ବାଲ୍ଟି ଧରି ପ୍ରତିବାଦ କରିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ