ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା 
by Argus News
Sun, Nov 26 | 7:09 a.m.

ଭୁବନେଶ୍ୱର:  ବଙ୍ଗୋପସାଗରର ଦକ୍ଷିଣ ଆଣ୍ଡାମାନ୍ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା ହୋଇଛି । ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୯ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ଆଶଙ୍କା ରହିଛି । ତେବେ ଏହା ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛନ୍ତି କିଛି ମଡେଲ । 

ଯଦି ଏହା ବାତ୍ୟାର ରୂପ ନିଏ ତେବେ ଓଡ଼ିଶା ଉପରେ ବିପଦ ନାହିଁ । କିଛି ମଡେଲ ଅନୁସାରେ ବାତ୍ୟା ବାଂଲାଦେଶରେ ଲ୍ୟାଣ୍ଡଫଲ୍ କରିବା ନେଇ ଆକଳନ କରାଯାଇଥିବା ବେଳେ ଅନ୍ୟ କିଛି ମଡେଲ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ନେଇ ଆକଳନ କରିଛନ୍ତି । 

ତେବେ ବାତ୍ୟା ନେଇ ଆଇଏମଡି ପକ୍ଷରୁ କୌଣସି ଆକଳନ କରାଯାଇ ନାହିଁ । କେବଳ ଅବପାତ ହେବା ନେଇ ସୂଚନା ଦିଆଯାଇଛି ।  ଲଘୁଚାପ ସୃଷ୍ଟି ପରେ ହିଁ ଏହାର ସ୍ପଷ୍ଟ ଚିତ୍ର ମିଳିପାରିବ । ଅକ୍ଟୋବର ଓ ନଭେମ୍ବର ମାସ ଓଡ଼ିଶା ପାଇଁ ବାତ୍ୟା ପ୍ରବଣ ହୋଇଥିବାରୁ ସିଷ୍ଟମ ଉପରେ ସ୍ବତନ୍ତ୍ର ନଜର ରଖିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ