ପ୍ରଚଣ୍ଡ ଖରାରେ ଜଳୁଛି ଓଡ଼ିଶା
by Argus News
Sat, Apr 13 | 5:54 p.m.

ଅର୍ଗସ ବ୍ୟୁରୋ : ପ୍ରଚଣ୍ଡ ଖରାରେ ଜଳୁଛି ଓଡ଼ିଶା । ୩୫ ଡିଗ୍ରୀ ପାର୍ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା । ଚାନ୍ଦବାଲିରେ ସର୍ବାଧିକ ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ। ସେପଟେ ୪ ରୁ ୫ ଦିନ ମଧ୍ୟରେ ୬ ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାତି ବୃଦ୍ଧି ପାଇବ । ଖରାର ତାତିରେ ସିଝିବ ପୁରା ଓଡିଶା । ୧୬ ତାରିଖରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।  

ଏପ୍ରିଲ ୧୭ ରୁ ୨୦ ଯାଏଁ ହେବ ସାଙ୍ଘାତିକ ସ୍ଥିତି । ୪ ଦିନ ପର୍ଯ୍ୟନ୍ତ ପିକ୍ ସମୟ ଘୋଷଣା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ବଢିବ ପାରଦ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବ । ଆସନ୍ତା ୨୪ ଘଂଟାରେ  ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ ଜଗତସିଂହପୁର ଓ ଗଞ୍ଜାମ  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏହି ତାତି ଶରୀର ପାଇଁ ଘାତକ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦେଇଛନ୍ତି। ଗତ ୨୪ ଘଂଟାରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ଗୋଟେ  ଦୁଇଟି ହାଲୁକା ବର୍ଷା ହୋଇଛି। ବୌଦ୍ଧର  ବୁଦ୍ଧଗଡ଼ରେ ୩.୦ ମିମି  ସର୍ବାଧିକ ବର୍ଷା ଓ  ପାରଳାଖେମୁଣ୍ଡି ୩୭.୮ ସର୍ବାଧିକ ତାପମାତ୍ରା  ରେକର୍ଡ ହୋଇଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ