ପ୍ରଚଣ୍ଡ ଖରାରେ ଜଳୁଛି ଓଡ଼ିଶା, ଚାନ୍ଦବାଲିରେ ସର୍ବାଧିକ 38.5 ଡିଗ୍ରୀ ତାପମାତ୍ରା
by Argus News
Sun, Apr 14 | 8:28 a.m.

ଅର୍ଗସ ବ୍ୟୁରୋ:  ପ୍ରଚଣ୍ଡ ଖରାରେ ଜଳୁଛି ଓଡ଼ିଶା। 35 ଡିଗ୍ରୀ ପାର୍ ରାଜ୍ୟର ଅଧିକାଂଶ ସହରର ତାପମାତ୍ରା। ଚାନ୍ଦବାଲିରେ ସର୍ବାଧିକ 38.5 ଡିଗ୍ରୀ ତାପମାତ୍ରା ରେକର୍ଡ। ସେପଟେ ୪ ରୁ ୫ ଦିନ ମଧ୍ୟରେ ୬ ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ତାତି ବୃଦ୍ଧି ପାଇବ। ଖରାର ତାତିରେ ସିଝିବ ପୁରା ଓଡିଶା। ୧୬ ତାରିଖରୁ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ଏପ୍ରିଲ ୧୭ ରୁ ୨୦ ଯାଏଁ ହେବ ସାଙ୍ଘାତିକ ସ୍ଥିତି। ୪ ଦିନ ପର୍ଯ୍ୟନ୍ତ ପିକ୍ ସମୟ ଘୋଷଣା କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ୧୫ ଡିଗ୍ରୀ ଯାଏଁ ବଢିବ ପାରଦ । ଅଧିକାଂଶ ସହରର ତାପମାତ୍ରା ୪୩ ରୁ ୪୫ ଡିଗ୍ରୀ ଛୁଇଁବ। ଆସନ୍ତା ୨୪ ଘଂଟାରେ  ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ ଜଗତସିଂହପୁର ଓ ଗଞ୍ଜାମ  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ତାତି ଶରୀର ପାଇଁ ଘାତକ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖରା ସଂସ୍ପର୍ଶରେ ନ ଆସିବାକୁ ପରାମର୍ଶ ଦେଇଛନ୍ତି। ଗତ ୨୪ ଘଂଟାରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମେଘୁଆ ରହିବା ସହ ଗୋଟେ  ଦୁଇଟି ହାଲୁକା ବର୍ଷା ହୋଇଛି। ବୌଦ୍ଧର  ବୁଦ୍ଧଗଡ଼ରେ ୩.୦ ମିମି  ସର୍ବାଧିକ ବର୍ଷା ଓ  ପାରଳାଖେମୁଣ୍ଡି ୩୭.୮  ସର୍ବାଧିକ ତାପମାତ୍ରା  ରେକର୍ଡ ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଉଚ୍ଚ ଜୁଆର
22m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
26m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ